Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||

ଗାଁ ଜଙ୍ଗଲରୁ ନିଖୋଜ ନାବାଳକର ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା…

25/06/2020 at 12:14 PM

ପାଟଣା ୨୫।୦୬: ଗାଁ ଜଙ୍ଗଲରୁ ନାବାଳକର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି ।  କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଚେମେଣା ଗାଁରେ ଥିବା କାଜୁ ଜଙ୍ଗଲରେ ଜଣେ ନାବାଳକର ମୃତଦେହ ଉଦ୍ଧାର ହୋଇଛି । ମୃତ ନାବାକଳ ହେଲେ ଚେମେଣା ଗାଁର ଲୁଲୁ ମୁଣ୍ଡାଙ୍କ ପୁଅ ମନୋଜ ମୁଣ୍ଡା ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ଗତକାଲି ସଂନ୍ଧ୍ୟାରୁ ନାବାଳକ ଜଣଙ୍କ  ନିଖୋଜ ଥିଲେ। ବହୁ ଖୋଜା ଖୋଜି ପରେ କିଛି ପତ୍ତା ମିଳିନଥିଲା ।  ଆଜି ସକାଳୁ ପରିବାର ଲୋକେ  ଘର ଠାରୁ ୫୦୦ ମିଟର ଦୁରରେ ଏକ କାଜୁ ଜଙ୍ଗଲରେ ନାବାଳକର ଝୁଲନ୍ତା ମୃତ ଦେହ ଉଦ୍ଧାର ହୋଇଛି । ପରିବାର ଲୋକ ଘଟଣାସ୍ଥଳରେ ପହଞ୍ଚି ଗଛରୁ ମୃତଦେହ ଓହ୍ଲାଇଥିଲେ ।  ମୃତଦେହକୁ  ଘରେ ଆଣିଥିଲେ, ଘଟଣାସମ୍ପର୍କରେ ପୋଲିସ ଖବର ପାଇ ପହଞ୍ଚିଥିଲା । ତୁରୁମୁଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଛେଦ ପାଇଁ ପଠାଇଛି । ମୃତଦେହକୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣା ପଡିନାହିଁ।

   Related Posts