ଯୁବକଙ୍କ ଝୁଲନ୍ତା ମୃତଦେହ ଠାବ, ପରିବାର ପକ୍ଷରୁ ହତ୍ୟା ଅଭିଯୋଗ

Published By : Prameya-News7 Bureau | September 06, 2020 IST

ସାନଖେମୁଣ୍ଡି ୦୬।୦୯ : ଜାମୁକୋଳି ବଗିଚାରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଠାବ । ଗଞ୍ଜାମ ଜିଲ୍ଲା ପାଟପୁର ଥାନା ରାମଚନ୍ଦ୍ରପୁର ଜାମକୋଳି ବଗିଚାରୁ ଉଦ୍ଧାର ହୋଇଛି । ମୃତ ଯୁବକଙ୍କ ନାମ ରାହୁଲ ବିଷୋୟୀ ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

{"id":325606,"sizeSlug":"large"}

ପାଟପୁର ଥାନା ରାମଚନ୍ଦ୍ରପୁର ଜାମକୋଳି ବଗିଚାରୁ ମୃତଦେହ ଝୁଲୁଥିବାର ଦେଖିବାକୁ ମିଳିଥିଲା । ଏହାପରେ ତୁରନ୍ତ ସ୍ଥାନୀୟ ପୋଲିସ ଖବର ଦିଆଯାଇଥିଲା । ଖବର ମିଳିବାମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । ସେପଟେ ପରିବାର ପକ୍ଷରୁ ହତ୍ୟା ଅଭିଯୋଗ ଆସିଛି । ରାହୁଲ ଯୁକ୍ତ ଦୁଇରେ ଦ୍ୱିତୀୟ ବର୍ଷର ଛାତ୍ର । ପରିବାର ଅନୁଯାୟୀ ରାହୁଲଙ୍କୁ କେହି ହତ୍ୟା କରି ଗଛରେ ଟାଙ୍ଗି ଦେଇଥିବା ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ପାଟପୁର ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.