Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

କରୋନା ସହ ଲଢି ଶେଷରେ ହାରିଗଲେ ବିଶିଷ୍ଟ ଝୁମର କଣ୍ଠଶିଳ୍ପୀ ସୁଧାଂଶୁ ବଳ

25/11/2020 at 2:34 PM

ରାଇରଙ୍ଗପୁର ୨୫।୧୧: କରୋନାରେ ଚାଲିଗଲେ ବିଶିଷ୍ଟ ଝୁମର କଣ୍ଠଶିଳ୍ପୀ ସୁଧାଂଶୁ ବଳ । ମୃତ୍ୟୁ ବେଳକୁ ତାଙ୍କୁ ୫୨ ବର୍ଷ ବୟସ ହୋଇଥିଲା । ଦୀର୍ଘ ୮ଦିନ ଜୀବନ ସହ ସଂଗ୍ରାମ କରି ଶେଷରେ ହାରିଗଲେ । କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ବର ସ୍ଥିତ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ବୁଧବାର ସକାଳ ୧୦ଟା ୨୦ରେ ପ୍ରାଣ ହରାଇଛନ୍ତି ସୁଧାଂଶୁ ବଳ ।

ସ୍ବର୍ଗତ ସୁଧାଂଶୁ ବଳ ଜଣେ କଣ୍ଠଶିଳ୍ପୀ ସହ ଶିକ୍ଷକ ମଧ୍ୟ ଥିଲେ । ତାଙ୍କର ନମ୍ର, ଶାନ୍ତ ସ୍ଵଭାବ ପାଇଁ ସ୍ଥାନୀୟ ଅଞ୍ଚଳରେ ବେଶ ଲୋକପ୍ରିୟ ଥିବା ସହିତ ଝୁମର ପ୍ରତି ତାଙ୍କର ଅବଦାନ ଅତୁଳନୀୟ । ତାଙ୍କର ମୃତ୍ୟୁ ଖବର ଶୁଣି ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସ୍ବର୍ଗତ ସୁଧାଂଶୁ ବଳଙ୍କ ୮ବର୍ଷର ଏକମାତ୍ର ଝିଅ ଓ ସ୍ତ୍ରୀ ଅଛନ୍ତି ।

   Related Posts