Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

‘ସାମ୍ବାଦିକ କୋଭିଡ୍ ଯୋଦ୍ଧା’- ଘୋଷଣା କଲେ ମୁଖ୍ୟମନ୍ତ୍ରୀ : ଉପକୃତ ହେବେ ରାଜ୍ୟର ୬୯୪୪ କାର୍ଯ୍ୟରତ୍ତ ସାମ୍ବାଦିକ

2/05/2021 at 12:10 PM

ଭୁବନେଶ୍ୱର, ୦୨|୦୫: ସାମ୍ବାଦିକ ଏବେ କୋଭିଡ୍ ଯୋଦ୍ଧା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସାମ୍ବାଦିକଙ୍କୁ କୋଭିଡ୍ ଯୋଦ୍ଧା ଭାବେ ଘୋଷଣା କରିଛନ୍ତି । ଏହା ଦ୍ୱାରା ୬୯୪୪ ଜଣ ସାମ୍ବାଦିକ ସରକାରଙ୍କ ବିଭିନ୍ନ ସୁବିଧା ସୁଯୋଗର ଫାଇଦା ପାଇବେ ।

ଦୀର୍ଘଦିନ ହେବ ରାଜ୍ୟ ସରକାରଙ୍କୁ ସାମ୍ବାଦିକମାନଙ୍କୁ ସମ୍ମୁଖ ଯୋଦ୍ଧା ଭାବେ ଘୋଷଣା କରିବାକୁ ପ୍ରସ୍ତାବ ଦିଆଯାଇଥିଲା । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଭଳି ପରିସ୍ଥିତିରେ ସାମ୍ବାଦିକମାନେ ନିଜର କର୍ତ୍ତବ୍ୟ ସୁଚାର ରୂପେ ସମ୍ପାଦନ କରୁଛନ୍ତି।  ଲୋକଙ୍କୁ ସଚେତନ କରୁଛନ୍ତି । କୋଭିଡ୍ ବିରୋଧରେ ଲଢୁଛନ୍ତି ।

ଏହାଦ୍ୱାରା ୬୯୪୪ ସାମ୍ବାଦିକ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ଉପକୃତ ହେବେ । ସେମାନଙ୍କୁ ୨ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ବୀମାର ସୁବିଧା ମିଳିବ । ଏହାସହ ଯଦି କୋଭିଡ୍ ଯୁଦ୍ଧରେ କେହି ପ୍ରାଣ ହରାଇଲେ ତେବେ ସେମାନଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ସହୟତା ରାଶି ପ୍ରଦାନ କରାଯିବ ।

   Related Posts