Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲିଙ୍ଗରାଜ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ବହୁ ସେବାୟତ କୋଭିଡ୍‌ ପଜିଟଭ୍‌ ଚିହ୍ନଟ
  • ||
  • କେକେଆରକୁ ୨୦୫ ରନ୍‌ର ବିଜୟ ଲକ୍ଷ ଦେଲା ଆରସିବି
  • ||
  • କରୋନା ଯୋଗୁଁ ପଶ୍ଚିମବଙ୍ଗରେ ନିଜର ସବୁ ରାଲି ବାତିଲ କଲେ ରାହୁଲ ଗାନ୍ଧୀ: ସୋସିଆଲ ମିଡ଼ିଆରେ ହେଉଛି ପ୍ରଶଂସା
  • ||
  • ଏପ୍ରିଲରେ ଭୟାବହ ରୂପ ନେଇଛି କରୋନା: ୧୮ ଦିନରେ ୨୬ ଲକ୍ଷରୁ ଅଧିକ ମାମଲା
  • ||
  • ଦାରିଙ୍ଗବାଡ଼ି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ : ନାବାଳକ ମୃତ, ୨ ଗୁରୁତର
  • ||
  • JEE ମେନ୍‌ ୨୦୨୧ ସ୍ଥଗିତ, ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନେସନାଲ୍ ଟେଷ୍ଟିଂ ଏଜେନ୍ସିର ନିଷ୍ପତ୍ତି
  • ||
  • କରୋନା ସଂକ୍ରମଣ ଚିନ୍ତା, ଆଗୁଆ ପଦକ୍ଷେପ : ୪ରୁ ୫ ଗୁଣ ବଢିବ ବେଡ୍ ସଂଖ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୪୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ମିଳିଲାନି ଅମ୍ଳଜାନ, ଜୀବନ ହାରିଲେ ୬ କରୋନା ଆକ୍ରାନ୍ତ
  • ||
  • ଜୟପୁର ସବ୍ ଜେଲରେ ରେଡ୍, ଏସ୍‌ପି ଓ ଉପ ଜିଲ୍ଲାପାଳ ସାମିଲ
  • ||

ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର: ସାଧାରଣରେ ଚର୍ଚ୍ଚା ଏହା ‘ସୁକଳ୍ପିତ ହତ୍ୟାକାଣ୍ଡ’

26/02/2021 at 2:56 PM

ଝାରସୁଗୁଡା୨୬/୨: ଝୁଲନ୍ତା ଅବସ୍ଥାରେ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର। ସକାଳୁ ୮ଟାରୁ ସାଢ଼େ ୮ ମଧ୍ୟରେ ଝାରସୁଗୁଡା ମୁଖ୍ୟ ଚିକିତ୍ସାଳୟ ରାସ୍ତାରେ ଏହି ମୃତଦେହ ଝୁଲି ରହିଥିଲା। ସ୍ଥାନୀୟ ଲୋକେ ଦେଖି ପୋଲିସ୍‌କୁ ଖବର ଦେଇଥିଲେ। ପରେ ଝାରସୁଗୁଡା ଏସ୍‌ଡିପିଓ କୈଳାଶ ଆଶ୍ଚର୍ଯ୍ୟଙ୍କ ସହ ଟାଉନ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲେ। ହସ୍ପିଟାଲକୁ ବ୍ୟବଚ୍ଛେଦ ପାଇଁ ମୃତଦେହ ପଠାଇବା ପରେ ପୋଲିସ ତଦନ୍ତ ଜାରି ରଖିଛି। ବର୍ତ୍ତମାନ ସୁଦ୍ଧା ମୃତକର ପରିଚୟ ମିଳି ନାହିଁ। ଏହା ହତ୍ୟା ନା ଆତ୍ମହତ୍ୟା, ତାହା ମଧ୍ୟ ଅସ୍ପଷ୍ଟ।

ସୂଚନାଯୋଗ୍ୟ ଯେ, ମୃତ ଜଣଙ୍କ ମାଟିଆ ରଙ୍ଗ ଟି.ସାର୍ଟ ଓ ନୀଳ ରଙ୍ଗର ଟ୍ରାକ ପିନ୍ଧିଛନ୍ତି। ହାତରେ ଇଂରାଜୀର ବଡ ଅକ୍ଷରରେ ‘A’ ଲେଖା ଯାଇଛି। ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଅଞ୍ଚଳଟି ସହରଠାରୁ ଦୂରରେ ରହିଛି। ସେଥିପାଇଁ ମୃତକର ପରିଚୟ ମିଳିବା କଷ୍ଟକର ହୋଇପଡିଛି। ଅନ୍ୟପଟେ ଏହା  ଏକ ସୁକଳ୍ପିତ ହତ୍ୟାକାଣ୍ଡ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି।

   Related Posts