ଶାଢୀ ବାନ୍ଧି ଫ୍ୟାନ୍‌ରେ ଝୁଲି ଯୁବକଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

Published By : Prameya-News7 Bureau | July 15, 2020 IST

ସୋର ୧୫।୦୭: ବେକରେ ଶାଢି ବାନ୍ଧି ଆତ୍ମହତ୍ୟା କଲେ ଯୁବକ । ମୃତ ଯୁବକଙ୍କ ନାମ ଆଦିତ୍ୟ ବୋଲି ଜଣାପଡିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରୁଛି । ତେବେ ବର୍ତ୍ତମାନ ସୁଦ୍ଧା ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି ।

ସୂଚନାଯୋଗ୍ୟ ଯେ, ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତର ବେଲସରପୁର ଶାସନର ନିରଞ୍ଜମ ନନ୍ଦଙ୍କ ପୁଅ ଆଦିତ୍ୟ ଆତ୍ମହତ୍ୟା କରିଥିବା ଜଣାପଡିଛି । ବେକରେ ଶାଢୀ ବାନ୍ଧି ଫ୍ୟାନ୍‌ରେ ଝୁଲି ଆତ୍ମହତ୍ୟା କରିଥିବା ଜଣାପଡିଛି । ତେବେ ଘର ଭିତରେ ଝୁଲନ୍ତା ଅବସ୍ଥାରେ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ । ପୋଲିସ ଖବର ପାଇଁ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ଶବ ବ୍ୟବେଚ୍ଛେଦ ପାଇଁ ନିକଟସ୍ଥ ମେଡିକାଲକୁ ପଠାଇଛି । ରିପୋର୍ଟ ଆସିବା ପରେ ଘଟଣାସମ୍ପର୍କରେ ଜଣାପଡିବ ବୋଲି ସୂଚନା ରହିଛି । ତେବେ ବର୍ତ୍ତମାନ ପର୍ଯ୍ୟାନ୍ତ କେଉଁ ପରିସ୍ଥିତି ଓ କିଭଳି ଆତ୍ମହତ୍ୟା କଲେ ତାହା ସ୍ପଷ୍ଟ ହୋଇନାହିଁ । ପୋଲିସର ତଦନ୍ତ ଜାରି ରହିଛି । ପୋଲିସର ତଦନ୍ତ ପରେ ପ୍ରକୃତ ଘଟଣାସମ୍ପର୍କରେ ଜଣାପଡିବ ବୋଲି ସୂଚନା ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.