Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟିକା ବଣ୍ଟନ ପାଇଁ ୨୧ ଜଣିଆ ପରିଚାଳନା କମିଟି ଗଠନ, ସ୍ଵାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ହେଲେ ଅଧ୍ୟକ୍ଷ
  • ||
  • ୯୦ ପ୍ରତିଶତ ନଷ୍ଟ ହୋଇ ସାରିଥିଲା କରୋନା ସଂକ୍ରମିତ ବ୍ୟକ୍ତିଙ୍କ ଫୁସ୍‌ଫୁସ୍, ଇକମୋ ପଦ୍ଧତିରେ ସୁସ୍ଥ କଲେ ସମ୍ ଡାକ୍ତର
  • ||
  • ଦ୍ଵିତୀୟ ଲହର ସଂକ୍ରମଣର ଆଶଙ୍କା ନାହିଁ, ସୁସ୍ଥ ହୋଇ ଘରକୁ ଫେରିଲେ ୬୦୫ ଆକ୍ରାନ୍ତ
  • ||
  • ଡିସେମ୍ବର ୮ରେ କୃଷକଙ୍କ ଭାରତ ବନ୍ଦ ଡାକରା, ରାଜ୍ୟ କଂଗ୍ରେସର ସମର୍ଥନ ଘୋଷଣା
  • ||
  • ପଞ୍ଚମ ପର୍ଯ୍ୟାୟ କୃଷକ-ସରକାରଙ୍କ ଆଲୋଚନା ବିଫଳ, ଡିସେମ୍ବର ୯’ରେ ପୁଣି ବୈଠକ
  • ||
  • ସାଲେପୁର : ଷଣ୍ଢକୁ ଧକ୍କା ଦେବା ପରେ ହୁତୁ ହୁତୁ ହୋଇ ଜଳିଲା କାର୍, ଅଳ୍ପକେ ବର୍ତ୍ତିଲେ ୪ ଜଣ
  • ||
  • ଭୁବନେଶ୍ବର : ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା
  • ||
  • ନୟାଗଡ : ଘର ବାଡିପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ, ମୁଣ୍ଡ ଏବଂ ମୁହଁରେ ରହିଛି କ୍ଷତଚିହ୍ନ, ହତ୍ୟା ସନ୍ଦେହ
  • ||
  • ଯାଜପୁର : ଭୟାବହ ଅଗ୍ନିକାଣ୍ଡ, ୧୨ ବଖରା ଘର ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସୁନା ଗହଣା
  • ||
  • ଢେଙ୍କାନାଳ : ବାଇକ୍‌କୁ ଧକ୍କା ଦେଲା କାର୍, ଆରୋହୀ ପିଟିହେଲେ ଟ୍ରକ୍‌ରେ, ଚାଲିଗଲା ଜୀବନ
  • ||

୨ ଦିନ ପରେ ମିଳିଲା ଯୁବକଙ୍କ ପତ୍ତା, ବାଉଁଶ ବୁଦାରୁ ଠାବ ହେଲା କ୍ଷତାକ୍ତ ମୃତଦେହ

29/07/2020 at 11:43 AM

ଯାଜପୁର ୨୯।୦୭: ଯୁବକଙ୍କ କ୍ଷତାକ୍ତ ମୃତଦେହ ଠାବ ହୋଇଛି । ଯାଜପୁର ଜିଲ୍ଲା ଦାନଗଦୀ ବ୍ଲକ ଖପୁରୀଆପଦା ପଞ୍ଚାୟତର ବାଲିପଶି ଗାଁର ଘଟଣା । ମୃତକ ଖପୁରିଆପଦା ଗାଁର ଶରତ ଚନ୍ଦ୍ର ଧଳ ବୋଲି ଜଣାପଡିଛି । ତେବେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ଦୁଇ ଦିନ ତଳେ ଶରତ ଘରୁ କେଉଁଆଡେ ନିଖୋଜ ହୋଇଥିଲେ । ବହୁ ଖୋଜାଖୋଜି ପରେ ମଧ୍ୟ ତାଙ୍କର କୌଣସି ପତ୍ତାମିଳିନଥିଲା । ତେବେ ଆଜି ସକାଳ ସମୟରେ ବାଉଁଶ ବୁଦାରୁ ତାଙ୍କ ମୃତଦେହ ଠାବ ହୋଇଛି । ମୃତଦେହରେ ବହୁ କ୍ଷତାକ୍ତ ହୋଇଥିବାର ଦେଖିବାକୁ ମିଳିଛି । ମୃତଦେହ ପଡିଥିବାର ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି । ପୋଲିସ ବିଭିନ୍ନ ଦିଗରୁ ଛାନ୍‌ଭିନ୍‌ ଜାରି ରଖିଛି । ଶରତଙ୍କ ମୃତ୍ୟୁର କାରଣ କଣ ବର୍ତ୍ତମାନ ସୁଦ୍ଧା ଜଣାପଡିନାହିଁ । ଯାଜପୁର ରୋଡ ପୋଲିସ ଘଟଣାସ୍ଥଳରୁ ତଥ୍ୟ ଯୋଗାଡ଼ କରି ତଦନ୍ତ ଆରମ୍ବ କରିଛି। ଘଟଣାସ୍ଥଳରେ ଏକ ଚପଲ ପଡିଥିବାର ଦେଖିବାକୁ ମିଳିଛି ।

   Related Posts