Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

8/07/2020 at 6:28 PM

କେନ୍ଦୁଝର୮/୭: ଯୁବତୀଙ୍କ  ଝୁଲନ୍ତା ମୃତଦେହ ଉଦ୍ଧାର। କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଭୁଲୁଦା ଗ୍ରାମର ତଳ ସାହିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବତୀ ହେଲେ ଭୁଲୁଦା ଗ୍ରାମର ରଞ୍ଜନ କୁମାର ନାଏକଙ୍କ ଝିଅ ତିଳତମା ନାଏକ। ବୁଧବାର ସକାଳୁ ସିଡ଼ି ଘର ଭିତରେ ନିଜ ଓଡ଼ଣୀରେ ବେକରେ ଫାସି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ପରିବାର ଲୋକେ ଦେଖିବା ପରେ ତୁରୁମୁଙ୍ଗା ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଁଞ୍ଚି ମୃତଦେହକୁ ଉଦ୍ଧାର କରି ତଦନ୍ତ ଚଳାଇ ଥିବାବେଳେ ଆତ୍ମହତ୍ୟାର ପ୍ରକୃତ କାରଣ ଜଣାପଡିନି।

   Related Posts