Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଧାମନଗର ନିର୍ବାଚନ ମଣ୍ଡଳିରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ

27/04/2019 at 10:19 AM

ଧାମନଗର ୨୭|୪: ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚଳାଇଛନ୍ତି ସବୁ ରାଜନୈତିକ ଦଳ । ଦଳୀୟ ପ୍ରାର୍ଥୀଙ୍କ ଲାଗି ଭୋଟ୍ ଗୋଟାଇବାରେ ଶେଷ ମୁହୂର୍ତ୍ତରେ ସବୁ ଜୋର ଲଗାଇଦେଇଛନ୍ତି ପ୍ରମୁଖ ଦଳର ହେଭିୱେଟ୍ । ଭଦ୍ରକ ଜିଲ୍ଲା ଧାମନଗର ନିର୍ବାଚନମଣ୍ଡଳୀରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ୍ । ଦଳର ବିଜୟ ସଂକଳ୍ପ ସଭାରେ ଯୋଗ ଦେଇ ଜୁଏଲ୍ ନିଜ ଭାଷଣରେ ବିଭିନ୍ନ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ । କେନ୍ଦ୍ର ମନ୍ତ୍ରୀଙ୍କ ସହ ପିଙ୍କି ପ୍ରଧାନ ଓ ଖାରବେଳ ସ୍ବାଇଁ ମଧ୍ୟ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଥିଲେ ।

   Related Posts