Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୦ କୋଭିଡ୍ ସଂକ୍ରମିତ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||
  • ପୁରୀ : ଆଜି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ଶ୍ରୀମନ୍ଦିର ଭିତରେ ଓ ବାହାରେ କରାଯାଉଛି ସାନିଟାଇଜ୍
  • ||
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||

ସୁନ୍ଦରଗଡ ଲୋକସଭା ଆସନରୁ ଲଢିବେନି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ! ବଣେଇ ବିଧାନସଭା ଆସନ ପାଇଁ ଆଗ୍ରହୀ !!

13/03/2019 at 2:08 PM

ଭୁବନେଶ୍ବର ୧୩|୩ : ବିଜେପି ୧୨୦ ପ୍ଲସ୍ ମିଶନ ପାଇଁ ଅଙ୍କ କଷୁଛି । ୭ ଦିନ ଭିତରେ ଦଳ ପ୍ରାର୍ଥୀ ତାଲିକା ଘୋଷଣା କରିବ । ସେପଟେ ଓଡିଶାରୁ ଏକମାତ୍ର ସାଂସଦ ଥିବା ବରିଷ୍ଠ ନେତା ତଥା କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ସୁନ୍ଦରଗଡ ଲୋକସଭା ଆସନରୁ ନିର୍ବାଚନ ଲଢିବେନି ବୋଲି ଚର୍ଚ୍ଚା ଆରମ୍ଭ ହୋଇଛି । ଜୁଏଲ ବଣେଇ ବିଧାନସଭା ଆସନରୁ ନିର୍ବାଚନ ଲଢିବେ ବୋଲି ଚର୍ଚ୍ଚା ହେଉଛି ।

ସେପଟେ ଦଳର ଜାତୀୟ ମୁଖପାତ୍ର ସମ୍ବିତ ପାତ୍ର ପୁରୀରୁ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା ଚାଲିଥିବାବେଳେ ସମତା କ୍ରାନ୍ତି ଦଳର ପ୍ରତିଷ୍ଠାତା ବ୍ରଜକିଶୋର ତ୍ରିପାଠୀ ବିଜେପିରେ ଯୋଗ ଦେଇ ପୁରୀ ବିଧାନସଭା ଆସନରୁ ଲଢିବେ ବୋଲି କୁହାଯାଉଛି । ଫଳରେ ଶିଷ୍ୟ ମହେଶ୍ବର ଓ ଗୁରୁ ବ୍ରଜଙ୍କ ଭିତରେ ଟକ୍କର ହେବ । ସେହିଭଳି ଆସିକା ଲୋକସଭା ଆସନରୁ ପୂର୍ବତନ ମନ୍ତ୍ରୀ ତଥା ବିଜେପି ନେତା ରାମକୃଷ୍ଣ ପଟ୍ଟନାୟକଙ୍କ ଝିଅ ଅନୀତା ଶୁଭଦର୍ଶିନୀ ପଟ୍ଟନାୟକ ପ୍ରାର୍ଥୀ ହେବେ ବୋଲି ଶୁଣାଯାଉଛି । ଗତ ଥର ବାଲେଶ୍ବର ଲୋକସଭା ଆସନରୁ ଲଢିଥିବା ବରିଷ୍ଠ ନେତା ପ୍ରତାପ ଷଢଙ୍ଗୀ ଏଥର ନୀଳଗିରି ବିଧାନସଭା ଆସନରୁ ପ୍ରାର୍ଥୀ ହେବେ ବୋଲି ଚର୍ଚ୍ଚା ହେଉଛି ।

   Related Posts