ଗଛରେ ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା …

Published By : Prameya-News7 Bureau | June 19, 2020 IST

ବାରଙ୍ଗ ୧୯।୦୬: ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଚନ୍ଦକା ନିକଟସ୍ଥ ପେଟ୍ରୋଲ ଟାଙ୍କି ନିକଟରୁ ମୃତଦେହ ଜବତ ହୋଇଛି । ମୃତ ଯୁବକ ଜଣଙ୍କ ଚନ୍ଦକା ଗାଁ ଜେନାସାହିର ବାପୁ ବଡଜେନା  ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ଆଜି ସକାଳ ସମୟରେ ଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲୁଥିବାର ଦେଖିବାକୁ ମିଳିଥିଲା । ଗଛରେ ମୃତଦେହ ଝୁଲୁଥିବାର ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଖବର ପାଇଁ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ତେବେ ଗଛରେ ଝୁଲିଥିବା ଯୁବକଙ୍କ ନାମ ବାପୁ ବଡଜେନା ବୋଲି ଜଣପଡ଼ିଛି । ସେ  ଚନ୍ଦକା ଗାଁ ଜେନାସାହିର ବୋଲି ଜଣାପଡିଛି । ତାଙ୍କ ବୟସ ୨୮ବର୍ଷ ବୋଲି ଜଣାପଡିଛି । ତେବେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରୁ ପୋଲିସ ମୃତଦେହ ଜବତ କରି ବ୍ୟବେଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି । ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ । ପୋଲିସ ଘଟଣାରେ ଛାନ୍‌ଭିନ୍‌ ଜାରି ରଖିଛି । ବିଭିନ୍ନ ଦିଗକୁ ନେଇ ପୋଲିସ ତଦନ୍ତ ଜାରି ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.