ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଠାବ, କାରଣ ଅସ୍ପଷ୍ଟ

Published By : Prameya-News7 Bureau | July 07, 2021 IST

କରଞ୍ଜିଆ ୦୭।୦୭: ଯୁବକଙ୍କ ଝୁଲନ୍ତା ମୃତଦେହ ଠାବ । ମୟୁରଭଞ୍ଜ ଜିଲ୍ଲା ଯଶୀପୁର ଥାନା ମହାର୍ଦ୍ଦାପଳସାର ଏକ ଘର ଭିତରୁ ଠାବ ହୋଇଛି ମୃତଦେହ । ମୃତକ ଅଜିତ କୁମାର ନାୟକ ବୋଲି ଜଣାପଡିଛି ।

ସେପଟେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ ଆଶା ରଖିଛି । ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍‌ ଟିମ୍‌ର ସହଯୋଗ ନିଆଯିବାର ସୂଚନା ରହିଛି । ତେବେ ଯୁବକ ଜଣଙ୍କ ଆତ୍ମହତ୍ୟା କରିଛନ୍ତି ନାଁ କିଛି ଅଘଟଣ ହୋଇଛି । ତାହା ପୋଲିସ ତଦନ୍ତ ପରେ ହିଁ ସ୍ପଷ୍ଟ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.