Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଜୁନ ୭ ତାରିଖ, ସୋମବାର ରାଶିଫଳ : ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

6/06/2021 at 8:19 PM

ମେଷ – ଆୟ ଆଶାନୁରୂପ ହେବ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । କାର୍ଯ୍ୟକ୍ଷେତ୍ରରେ ବିଭିନ୍ନ ସ୍ତରରୁ ସହ ଯୋଗ ମିଳିବ । ସର୍ବତ୍ର ଶୁଭ ଆଶା କରାଯାଏ । ସତ୍ୟବାଦୀ, ପଣ୍ଡିତ ଓ ପ୍ରବାସୀ ହୋଇପାରନ୍ତି । ପିତୃଭକ୍ତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖୀ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ବୃଷ – ଗୁରୁ ଓ ଗୁରୁଜନଙ୍କ କଲ୍ୟାଣଭାଜନ ହେବେ । ଆଳସ୍ୟ ଅନୁଭବ କରିପାରନ୍ତି । ତ୍ୟାଗଶୀଳ ଓ ନୀତିଜ୍ଞ ହୋଇପାରନ୍ତି । ବିବିଧ ଧନର ଅଧିକାରୀ ଓ ସୁଖୀ ଏବଂ କୀର୍ତ୍ତୀମାନ୍ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ମିଥୁନ – ନିଜେ କଳହମୁକ୍ତ ହେବା ପାଇଁ ଚେଷ୍ଟା କରିବେ । କର୍ମତତ୍ପରତା ପ୍ରକାଶ ପାଇବ । ସୌଭାଗ୍ୟ ବୃଦ୍ଧିର ସୂଚନା ମିଳୁଛି । ଶ୍ରେଷ୍ଠ ସମ୍ମାନର ଅଧିକାରୀ ହେବେ । ଶତ୍ରୁ ଦମନ କରିପାରନ୍ତି । ଧନ ଭୋଗର ସୂଚନା ମିଳୁଛି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

କର୍କଟ – ଶ୍ରେଷ୍ଠ କର୍ମରେ ନିୟୋଜିତ ସହ ସଙ୍ଗୀତ ମିତ୍ରଙ୍କ ଆଗ୍ରହୀ ହେବେ । କର୍ମାନୁରକ୍ତ ଏବଂ ଧନଶାଳୀ ହୋଇପାରନ୍ତି । ସରକାରୀ ଅର୍ଥ ମିଳିପାରେ । ସରକାରୀ ମାନ୍ୟତା ମିଳିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ସିଂହ – ଶ୍ରମ ସାର୍ଥକ ହେବ । ପାରିବାରିକ ସୁଖ ଓ କାର୍ଯ୍ୟରେ ସଫଳତା ମିଳିବ । ସୁଖ-ସମ୍ଭୋଗ କରିପାରନ୍ତି । ସର୍ବାଙ୍ଗୀଣ ଉନ୍ନତି ଆଶା କରାଯାଏ । ସରକାରୀ ଧନ ମିଳିପାରେ । ଗୁଣଜ୍ଞ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା – ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ନବବସ୍ତ୍ର ପରିଧାନ କରିପାରନ୍ତି । ଆୟର ଦ୍ୱାର ଆପଣଙ୍କ ପାଇଁ ଉନ୍ମୁକ୍ତ ରହିଛି । କର୍ମକ୍ଷେତ୍ରରେ ଉନ୍ନତି ଘଟିବ । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ତୁଳା – ଆଜିର କର୍ମକ୍ଷେତ୍ରରେ ସାମାନ୍ୟ ଭୁଲ୍ ରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ । ପରିବାରରେ ଆକସ୍ମିକ କଳହ ଲାଗିବାର ସମ୍ଭାବନା ରହିଛି । ସନ୍ତାନଙ୍କ କୃତୀ ଓ କୃତିତ୍ୱରୁ ଖୁସି ରହିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ବିଛା – ପରିବାରର ବିଭିନ୍ନ ଅସୁବିଧା ବିଷୟ ଚିନ୍ତା କରି ମନରେ ଅସ୍ଥିରତା ଲାଗି ରହିବ । କେତେକ ଖଳପ୍ରକୃତିର ଲୋକମାନେ ଜାଣି ଶୁଣି ବିରୁଦ୍ଧାଚରଣ କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ଧନୁ – ସହକର୍ମୀଙ୍କ ସହ ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡିିକ ଠିକ୍ ଠିକ୍ ହୋଇଯିବ । କର୍ମକ୍ଷେତ୍ରରେ ସ୍ପଷ୍ଟବାଦିତା ଓ ସହୃଦୟତାହେତୁ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ପରକୁ ଆପଣାର କରିବେ ।

ମକର – ଆବଶ୍ୟକତା ପୂରନ ଲାଗି କୌଣସି ପ୍ରକାରେ ଅର୍ଥ ସଂଗ୍ରହ ପାଇଁ ତତ୍ପର ହେବେ । ସମ୍ପର୍କୀୟଙ୍କୁ ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ – ଆଜି ବାହାର ଲୋକଙ୍କ କାମରେ ଦୂରଯାତ୍ରା କରିବାକୁ ପଡିବ । ଆପଣଙ୍କ ମନ୍ର ସ୍ୱଭାବ ହେତୁ ସହକର୍ମୀମାନେ ସହ-ଯୋଗର ହାତ ବଢାଇବେ । କୌଣସି ବନ୍ଧୁଙ୍କ ପ୍ରତି ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ – ଖର୍ଚ୍ଚ ଭାର ବୃଦ୍ଧି ସାଙ୍ଗକୁ ଆତ୍ମୀୟଙ୍କ ତାଚ୍ଛଲ୍ୟ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ । ଘର କମରେ ଆଳସ୍ୟ ଓ ଅବହେଳା ଯୋଗୁ ସ୍ତ୍ରୀଙ୍କ କଟୁକ୍ତି ଶୁଣିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

   Related Posts