Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ଆଦିତ୍ୟ କୁମାର ମହାପାତ୍ର

5/11/2021 at 12:14 PM

କଟକ ୫୧୧: ଓଡିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଶୁକ୍ରବାର ଶପଥ ନେଇଛନ୍ତି ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର । ମୁଖ୍ୟ ବିଚାରପତି ଡ଼କ୍ଟର ଜଷ୍ଟିସ ଏସ ମୁରଲୀଧର ଜଷ୍ଟିସ ମହାପାତ୍ରଙ୍କୁ ଶପଥ ପାଠ କରାଇଛନ୍ତି ।

ହାଇକୋର୍ଟ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ଶପଥ ପାଠ ଉତ୍ସବରେ ହାଇକୋର୍ଟର ସମସ୍ତ ବିଚାରପତି, ଆଡଭୋକେଟ ଜେନେରାଲ, ହାଇକୋର୍ଟ ବାର ଆସୋସିଏସନ କର୍ମକର୍ତ୍ତା ପୋଲିସ ଡିଜି, ପୋଲିସ କମିଶନରଙ୍କ ସମେତ ବହୁ ବରିଷ୍ଠ ବ୍ୟକ୍ତି ଉପସ୍ଥିତ ଥିଲେ।

ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ହେଉଛନ୍ତି କଟକ ସୂତାହାଟ ବାସିନ୍ଦା । ୧୯୮୪ ମସିହାରେ ରେଭେନ୍ସା କଲଜିଏଟ ସ୍କୁଲରୁ ମାଟ୍ରିକ ପାସ କରିବା ପରେ ରେଭେନ୍ସା ମହାବିଦ୍ୟାଳୟରୁ ଉଚ୍ଚଶିକ୍ଷା ଶେଷ କରିଥିଲେ। ଏହାପରେ ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ଶେଷ କରି ୧୯୯୫ ମସିହାରେ ରାଜ୍ୟ ଆଇନଜୀବୀ ପରିଷଦରେ ଆଇନଜୀବୀ ଭାବେ ପଞ୍ଜିକୃତ ହୋଇଥିଲେ । ସେବେଠାରୁ ସେ ଆଇନଜୀବୀ ଭାବେ ନିଜର ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ ।  

ଓଡିଶା ମାନବିକ ଅଧିକାର ଆୟୋଗ, ବିପିୟୁଟି ଓ ଭାରତୀୟ ନିର୍ବାଚନ କମିଶନଙ୍କର ଓକିଲ ଭାବେ ସେ ଓଡିଶା ହାଇକୋର୍ଟରେ ଗୁରୁ ଦାୟିତ୍ବ ନିର୍ବାହ କରିଛନ୍ତି । ସେ ହାଇକୋର୍ଟରେ ସମସ୍ତ ପ୍ରକାର ମାମଲାର ପରିଚାଳନାରେ ସିଦ୍ଧହସ୍ତ ଥିଲେ। ଦୀର୍ଘ ୨୬ ବର୍ଷ ଧରି ହାଇକୋର୍ଟରେ ବହୁ ମାମଲା ସଫଳତାର ସହ ସେ ପରିଚାଳନା କରି ଆସୁଥିଲେ। ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ରଙ୍କ ଶପଥ ଗ୍ରହଣ କରିବା ପରେ ଓଡିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ୧୮ରେ ପହଞ୍ଚିଛି।

   Related Posts