Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଲେ ଜଷ୍ଟିସ୍ ଏସ୍. ମୁରଲୀଧର

1/01/2021 at 7:52 AM

କଟକ ୧।୧: ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଲେ ଜଷ୍ଟିସ୍‌ ଏସ୍‌. ମୁରଲୀଧର । ପଞ୍ଜାବ-ହରିୟାଣା ହାଇକୋର୍ଟର ବରିଷ୍ଠ ବିଚାରପତି ଥିଲେ ଜଷ୍ଟିସ୍‌ ଏସ୍‌. ମୁରଲୀଧର । ଏ ନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଜଷ୍ଟିସ୍‌ ମୁରଲୀଧର ମାଡ୍ରାସ ବିଶ୍ବବିଦ୍ୟାଳୟରୁ ଏଲ୍‌ଏଲ୍‌ବି ଓ ନାଗପୁର ବିଶ୍ବବିଦ୍ୟାଳୟରୁ ଏଲ୍‌ଏଲ୍‌ଏମ୍‌ ଡିଗ୍ରୀ ପରେ ସେ ଦିଲ୍ଲୀ ବିଶ୍ବବିଦ୍ୟାଳୟରୁ ପିଏଚ୍‌ଡି କରିଥିଲେ । ପ୍ରଥମେ ସେ ଚେନ୍ନାଇରେ ଆଇନଜୀବୀ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ। ଜଷ୍ଟିସ୍‌ ମୁରଲୀଧର ପ୍ରଥମେ ଦିଲ୍ଲୀ ହାଇକୋର୍ଟର ବିଚାରପତି ଭାବେ ୨୦୦୬ ମସିହା ମେ’ରେ ନିଯୁକ୍ତି ପାଇଥିଲେ। ଗତ ମାର୍ଚ୍ଚ ୨୦ରେ ପଞ୍ଜାବ-ହରିୟାଣା ହାଇକୋର୍ଟକୁ ତାଙ୍କର ବଦଳି ହୋଇଥିଲା।

ନିକଟରେ ଦେଶର ବିଭିନ୍ନ ହାଇକୋର୍ଟର ବିଚାରପତିଙ୍କ ବଦଳି ନେଇ ସୁପ୍ରିମ୍‌କୋର୍ଟ କଲେଜିୟମ୍‌ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । କଲେଜିୟମ୍‌ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଏହାକୁ ଅନୁମୋଦନ ଲାଗି କେନ୍ଦ୍ର ମନ୍ତ୍ରାଳୟକୁ ପଠାଯାଇଥିଲା । କେନ୍ଦ୍ର ଆଇନ ମନ୍ତ୍ରାଳୟର ସ୍ବୀକୃତି ଓ ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ।

   Related Posts