ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଶରଦ ଅରବିନ୍ଦ ବୋବଡେ
18/11/2019 at 9:18 AM

ନୂଆଦିଲ୍ଲୀ ୧୮।୧୧: ସୁପ୍ରିମକୋର୍ଟ ୪୭ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ବିଚାରପତି ଶରଦ ଅରବିନ୍ଦ ବୋବଡେ। ରାଷ୍ଟ୍ରପତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ବିଚାରପତି ଶରଦ ଅରବିନ୍ଦ ବୋବଡେଙ୍କୁ ଶପଥ ପାଠ କରାଇଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଶପଥଗ୍ରହଣ ସମାରୋହରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହ ମନ୍ତ୍ରୀ ଅମିତ ଶାହା , ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହିଥିଲେ । ସୁପ୍ରିମକୋର୍ଟର ପ୍ରଧାନ ବିଚାରପତିଭାବେ ୧୭ ମାସ ରହିବ ବିଚାରପତି ବୋବଡେଙ୍କ କାର୍ଯ୍ୟକାଳ। ଏପ୍ରିଲ ୨୩,୨୦୨୧ରେ ସେ ଅବସର ନେବେ ବୋବଡେ।