Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଶତାବ୍ଦୀ ନଗର ଡ୍ରେନ୍‌ରେ ଭାସି ଛାତ୍ର ମୃତ୍ୟୁ ଘଟଣା, ଜ୍ୟୋତିଙ୍କ ପରିବାରକୁ ୪ଲକ୍ଷ ଟଙ୍କାର ସହାୟତା

20/09/2021 at 12:21 PM

ଭୁବନେଶ୍ୱର ୨୦।୦୯: ରାଜଧାନୀ ଶତାବ୍ଦୀ ନଗର ଡ୍ରେନ୍‌ରେ ଭାସିଯାଇ ଛାତ୍ରଙ୍କ ମୃତ୍ୟୁ ଘଟଣା । ମୃତ ଛାତ୍ରଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ରାଜ୍ୟ ସରକାର । ମୃତ ଜ୍ୟୋତିପ୍ରକାଶଙ୍କ ପରିବାରକୁ ୪ଲକ୍ଷ ଟଙ୍କାର ସହାୟତା ରାଶି ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଘୋଷଣା କରିଛନ୍ତି ।

ଖବର ଅନୁଯାୟୀ, ରବିବାର ଦିନ ଭୁବନେଶ୍ୱର ଶତାବ୍ଦୀ ନଗର ଡ୍ରେନ୍‌ରେ ଜଣେ ଦଶମ ଶ୍ରେଣି ଛାତ୍ର ଭାସିଯାଇଥିଲେ । ରବିବାର ଦିନ ଅପରାହ୍ନରୁ ସଂଧ୍ୟା ପର୍ଯ୍ୟନ୍ତ ଅଗ୍ନିଶମ ବାହିନୀ ଖୋଜାଖୋଜି କରିଥିଲା । କିନ୍ତୁ କୌଣସି ପତ୍ତା ମିଳିନଥିଲା । ଶେଷରେ ସୋମବାର ଦିନ ସକାଳ ସମୟରେ ଭୁବନେଶ୍ୱର ପଞ୍ଚସଖା ନଗର ନିକଟ ନାଳରୁ ଜ୍ୟୋତିପ୍ରକାଶଙ୍କ ମୃତଦେହ ଠାବ କରାଯାଇଥିଲା । ଦୀର୍ଘ ୧୮ ଘଣ୍ଟାର ଅପରେସନ ପରେ ଜ୍ୟୋତିଙ୍କ ମୃତଦେହ ଠାବ କରିଥିଲା ପୋଲିସ । ତେବେ ନିଜ ପୁଅକୁ ହରାଇ ଦୁଃଖରେ ଭାଙ୍ଗିପଡିଛନ୍ତି ପୁରା ପରିବାର । ଠିକ୍‌ ଏହି ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ।

   Related Posts