Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୨୪୫୨ ଆକ୍ରାନ୍ତ, କିନ୍ତୁ ସଂକ୍ରମଣ ବୃଦ୍ଧିରେ ଲାଗୁନି ରୋକ୍‌
  • ||
  • କମ୍ବିଂ ବେଳେ ଏସ୍‌ଓଜି ଯବାନ-ମାଓବାଦୀ ମୁହାଁମୁହିଁ, ଗୁଳି ବିନିମୟରେ ମାଓବାଦୀ ମୃତ !
  • ||
  • ସାଲେପୁର : ଡାକ ଘରେ ଚାଲିଥିଲା ଭୋଜି ଭାତର ଆୟୋଜନ, ୩ ହଜାର ଟଙ୍କା ତଣ୍ଡ ଗଣିଲେ କର୍ମଚାରୀ
  • ||
  • ନୀଳଗିରି : ପୋଖରୀରେ ଗାଧୋଇବା ବେଳେ ଖସିଗଲା ଗୋଡ, ଚାଲିଗଲା ନାବାଳିକାଙ୍କ ଜୀବନ
  • ||
  • ସାନଖେମୁଣ୍ଡି : ବେଆଇନ ମଦ ବିକ୍ରିକୁ ନେଇ ଜନ ଅସନ୍ତୋଷ, ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ
  • ||
  • କର୍ଲାମୁଣ୍ଡା : ୨ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ବ ନିରୀକ୍ଷକ
  • ||
  • ଆନନ୍ଦପୁର : ଯୁକ୍ତ ୨ ପରୀକ୍ଷା ବାତିଲ ଦାବିରେ ୨ଟି ମହାବିଦ୍ୟାଳୟ ଛାତ୍ରଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ଦୈନିକ ଲକ୍ଷେ ଟେଷ୍ଟ କରନ୍ତୁ ରାଜ୍ୟ ସରକାର – ବିଜୟ ମହାପାତ୍ର
  • ||
  • ଭୁବନେଶ୍ବର : ଓଡିଶାର ଚିହ୍ନଟ ହୋଇନି କରୋନାର ଟ୍ରିପଲ ମ୍ୟୁଣ୍ଟାଣ୍ଟ – ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ
  • ||
  • ଖୋର୍ଦ୍ଧା : ଅନଲାଇନ୍‌ରେ ପରୀକ୍ଷା ଅଥବା ବାତିଲ୍ ଦାବିରେ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ
  • ||

‘କଂଗ୍ରେସରେ ରହି ମୁଖ୍ୟମନ୍ତ୍ରୀ ହୋଇ ପାରିଥାନ୍ତେ ସିନ୍ଧିଆ କିନ୍ତୁ ବିଜେପିରେ…’, ଚର୍ଚ୍ଚାରେ ରାହୁଲ ଗାନ୍ଧୀଙ୍କ ବୟାନ

8/03/2021 at 8:48 PM

ନୂଆଦିଲ୍ଲୀ ୦୮/୦୩: ବିଜେପି ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବୟାନ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ସିନ୍ଧିଆ କଂଗ୍ରେସରେ ରହି ମୁଖ୍ୟମନ୍ତ୍ରୀ ହୋଇ ପାରିଥାନ୍ତେ କିନ୍ତୁ ବିଜେପିରେ ‘ବ୍ୟାକ୍‌ ବେଞ୍ଚର’ ହୋଇ ରହିଗଲେ ବୋଲି ରାହୁଲ ଗାନ୍ଧୀ କହିଛନ୍ତି । ସୋମବାର କଂଗ୍ରେସ ଯୁବ ମୋର୍ଚ୍ଚା ଦ୍ବାରା ଆୟୋଜିତ କାର୍ଯ୍ୟକ୍ରମରେ ଏହା କହିଛନ୍ତି ରାହୁଲ ।

ଏହା ସହ ସେ ଆହୁରି ମଧ୍ୟ କହିଛନ୍ତି, କଂଗ୍ରେସ କାର୍ଯ୍ୟକର୍ତ୍ତାଙ୍କ ସହ ମିଶି ସେ ସଂଗଠନକୁ ଆହୁରି ମଜଭୁତ କରିପାରିଥାନ୍ତେ କିନ୍ତୁ ସେ ଅଲଗା ରାସ୍ତା ବାଛିଲେ। ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ରାହୁଲ କହିଛନ୍ତି, ‘ଲେଖିକି ନିଅନ୍ତୁ ସେ ବିଜେପିରେ ରହି କେବେ ବି ମୁଖ୍ୟମନ୍ତ୍ରୀ ହୋଇପାରିବେ ନାହିଁ।  ସେଥିପାଇଁ ତାଙ୍କୁ ଏଠାକୁ (କଂଗ୍ରେସ) ଆସିବାକୁ ପଡ଼ିବ।’

ଏହା ସହ ପୂର୍ବ ପାର୍ଟି କାର୍ଯ୍ୟକର୍ତ୍ତାଙ୍କୁ ଭୟ କରିବାର ଆବଶ୍ୟକତା ନାହିଁ ଏବଂ ଆରଏସଏସ ବିଚାରାଧାରା ବିରୋଧରେ ଲଢ଼େଇ କରିବାକୁ ସିନ୍ଧିଆଙ୍କୁ ଆହ୍ବାନ କରିଛନ୍ତି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ସୂଚନାଯୋଗ୍ୟ, ଗତବର୍ଷ ମାର୍ଚ୍ଚରେ ଜ୍ୟୋତିରାଦିତ୍ୟ ସିନ୍ଧିଆ କଂଗ୍ରେସରୁ ଇସ୍ତଫା ଦେଇ ବିଜେପି​‌ ସାମିଲ ହୋଇଥିଲେ। ଏବେ ସେ ବିଜେପିରେ ରାଜ୍ୟସଭା ସାଂସଦ ମଧ୍ୟ ଅଛନ୍ତି।

   Related Posts