Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

୧୦ଟି ଜିଲ୍ଲାକୁ କାଳବୈଶାଖୀ ସତର୍କତା, ଘଡଘଡି ସହ ହେବ ବର୍ଷା

15/03/2019 at 3:40 PM

ଭୁବନେଶ୍ବର ୧୫|୩ : ଓଡିଶା ଉପରେ ଏକ ଘୂର୍ଣ୍ଣିବଳୟ ରହିଛି । ଯାହା ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡିଶାରେ ବର୍ଷା ସମ୍ଭାବନା ରହିଛି । ୧୦ଟି ଜିଲ୍ଲାକୁ କାଳବୈଶାଖୀ ସତର୍କତା ଦିଆଯାଇଛି । ୧୦ ଜିଲ୍ଲା  ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେଓଗଡ, ଭଦ୍ରକ, ବାଲେଶ୍ବର, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା ଏବଂ କଟକ । ଅପରାହ୍ନ ୪ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଏହି ସମୟରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଆସନ୍ତାକାଲି କାଳବୈଶାଖୀ ପ୍ରଭାବ କମ୍ ରହିବ । ଆସନ୍ତା ୧୭ ତାରିଖରେ ଉତ୍ତର ଓଡିଶାରେ କାଳବୈଶାଖୀର ପ୍ରଭାବ ଅଧିକ ରହିବ । ଅପରାହ୍ନରେ ଭୁବନେଶ୍ବରରେ କାଳବୈଶାଖୀର ପ୍ରଭାବ ରହିଛି । ଆଜି ଭୁବନେଶ୍ବର ତାପମାତ୍ରା ୩୫ଡିଗ୍ରୀ ପର୍ଯ୍ୟନ୍ତ ରହିପାରେ । ଏମିତି ପାଗ ଆସନ୍ତା ୩-୪ ଦିନ ପର୍ଯ୍ୟନ୍ତ ଲାଗି ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଭାଗ ଆକଳନ କରିଛି ।

   Related Posts