ଆହୁରି ୨୪ ଘଣ୍ଟା ପର୍ଯ୍ୟନ୍ତ ଲାଗିରହିବ କାଳବୈଶାଖୀ ପ୍ରଭାବ, କୁଆପଥର ବର୍ଷା ସମ୍ଭାବନା

Published By : Prameya-News7 Bureau | March 06, 2019 IST

ଭୁବନେଶ୍ବର ୬|୩ :  ଆହୁରି ୨୪ ଘଣ୍ଟା ପର୍ଯ୍ୟନ୍ତ ଲାଗିରହିବ କାଳବୈଶାଖୀର ପ୍ରଭାବ। ଉତ୍ତର ଓ ଉପକୂଳ ଓଡ଼ିଶାରେ ପବନ ସହ ବଜ୍ରପାତ ଆଶଙ୍କା ରହିଛି। ଏଥିସହ ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୨ଟି ଜିଲ୍ଲା ପାଇଁ ସତର୍କ ସୂଚନା ଦିଆଯାଇଛି । ପୂର୍ବାନୁମାନ କରାଯାଇଛି ଯେ, ଆଜି ବାଲେଶ୍ବର, ଭଦ୍ରକ, ଯାଜପୁର, ଜଗତ୍ସିଂହପୁର, କଟକ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ହୋଇପାରେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.