Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||
  • ଭୁବନେଶ୍ବର : DRDO ତଥ୍ୟ ଲିକ୍ ମାମଲାରେ କ୍ରାଇମବ୍ରାଞ୍ଚ ହାତରେ ନୂଆ ତଥ୍ୟ, ଦୁବାଇ ଲୁଲୁ ଇଣ୍ଟରନ୍ୟାସନାଲ୍ ଏଜେନ୍ସିରୁ ଆସିଥିଲା ଟଙ୍କା
  • ||

ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା

11/04/2021 at 8:08 AM

ଭୁବନେଶ୍ୱର,୧୧/୦୪:ରାଜ୍ୟରେ କମିଛି ତାତି ।  ଉପକୂଳ ଭଳି ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ଖସିଛି ପାରଦ। ରାଜ୍ୟ ତମାମ ଗ୍ରୀଷ୍ମ କୋପରୁ ଆଶ୍ୱସ୍ତି ମିଳିଛି । ଶନିବାର ରାଜ୍ୟର କୌଣସି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁନଥିଲା । ମାତ୍ର ୬ଟି ସ୍ଥାନରେ ପାରଦ ୩୯ ଡିଗ୍ରୀ ସେଲସିୟସ୍‌ ଉପରେ ଥିଲା । ପାଣିପାଗ ବିଭାଗର ପୂର୍ବାନୁମାନ ହେଲା, ଆସନ୍ତା ୩-୪ ଦିନ ତାତି ବଢ଼ିବନି । ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ଜାରି ରହିବ ।

ପାଣିପାଗ ବିଭାଗର କହିବାନୁସାରେ, ବର୍ତ୍ତମାନ ବିହାର ଓ ପାଶ୍ୱର୍ବର୍ତ୍ତୀ ଝାଡ଼ଖଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି । ଉପକୂଳ ଓଡ଼ିଶାରେ ସାମୁଦ୍ରିକ ପବନ ମଧ୍ୟ ବହୁଛି । ରାଜ୍ୟର ଅନେକ ସ୍ଥାନରେ ପାଗ ଆଂଶିକ ମେଘୁଆ ରହୁଥିବାବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ସାମାନ୍ୟ ଗରମ ଅନୂଭୂତ ହେଉଛି । ଶନିବାର କୋରାପୁଟ, ମାଲକାନଗିରିରେ ହାଲୁକା ବର୍ଷା ହୋଇଥିବାବେଳେ ରାତିରେ ଆଉ କେତେକ ଜାଗାରେ ଘଡ଼ଘଡ଼ି ସହ ବର୍ଷା, ପବନ ହୋଇଛି । ରବିବାର କେତେକ ଜାଗାରେ ପାଗ ଆଂଶିକ ମେଘୁଆ ରହିବ । ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରିକରିଛି ଆଞ୍ଚଳିକ ପାଣିପାଗ ବିଭାଗ। ସୁନ୍ଦରଗଡ, ଦେଓଗଡ଼ କେନ୍ଦୁଝର , ମୟୁରଭଞ୍ଜ, ବାଲେଶ୍ୱର , ଭଦ୍ରକ, କୋରାପୁଟ,ମାଲକାନଗିରି ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, ଗଜପତି, କନ୍ଧମାଳ, ଖୋର୍ଦ୍ଧା, ନୟାଗଡ଼ ଓ ଗଂଜାମ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ଆଶଙ୍କା ମଧ୍ୟ ରହିଛି । ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଏଭଳି କାଳବୈଶାଖୀ ହୋଇପାରେ ।

ଅପରପକ୍ଷେ ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି ଯେ, ୨୪ ଘଣ୍ଟା ପରେ ମଧ୍ୟ ୧୩ଟି ଜିଲ୍ଲାକୁ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ରାଜ୍ୟରେ ବର୍ତ୍ତମାନ ତାତିର ପ୍ରକୋପ କମ ରହିଛି । ୧୮ ତାରିଖ ବେଳକୁ ତାତି ସାମାନ୍ୟ ବଢ଼ିପାରେ । ଆସନ୍ତା ୧୫ ତାରିଖ ଯାଏ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ କାଳ ବୈଶାଖୀର ପ୍ରଭାବ ରହିବ ।

   Related Posts