ଆଜିଠୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ

Published By : Prameya-News7 Bureau | May 12, 2019 IST

ଭୁବନେଶ୍ବର ୧୨|୫: ପୂର୍ବ ବିହାର ଉପରେ ଏକ ଘୂ୍ର୍ଣ୍ଣିବଳୟ ରହିଛି । ଏହାସହ ବିଦର୍ଭରୁ ନାଗପୁର ମଧ୍ୟରେ ଏକ ଟ୍ରପ୍ ଲାଇନ୍ ସୃଷ୍ଟି ହୋଇଛି । ଯାହାଫଳରେ ଆଜିଠୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ପଶ୍ଚିମ ଓ ଉତ୍ତର ପଶ୍ଚିମ ଓଡିଶାରେ କାଳବୈଶାଖୀ ବର୍ଷା ହେବ । କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ରାୟଗଡା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, କେନ୍ଦୁଝର, ବାଲେଶ୍ବର, ଖୋର୍ଦ୍ଧା, ମୟୁରଭଞ୍ଜ, ନବରଙ୍ଗପୁର, ଅନୁଗୋଳ, ଭଦ୍ରକ, ନୟାଗଡ, କଟକ, ଯାଜପୁର, କେନ୍ଦ୍ରାପଡା ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ଜାରି କରାଯାଇଛି । ଆଭ୍ୟନ୍ତରୀଣ ଓଡିଶାରେ ୨ରୁ ୩ ଡିଗ୍ରୀ ତାପମାତ୍ରା ବଢିବାର ସମ୍ଭାବନା ରହିଛି ।

ସେହିପରି ଦିନ ୨ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ୬ଟି ଜିଲ୍ଲା ପାଇଁ ସତର୍କ ସୂଚନା ଦିଆଯାଇଛି । ୬ ଜିଲ୍ଲା ହେଲା କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, ଗଞ୍ଜାମ ଏବଂ ଗଜପତି । ଏହି ସବୁ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.