Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଆସନ୍ତା ୧୭ତାରିଖରୁ ରାଜ୍ୟରେ କାଳବୈଶାଖୀ, ଅର୍ଦ୍ଧାଧିକ ଜିଲ୍ଲାରେ ଝଡବର୍ଷା

16/03/2019 at 10:04 AM

ଭୁବନେଶ୍ବର ୧୬|୩ : ଆସନ୍ତାକାଲିଠାରୁ ରାଜ୍ୟରେ ବଦଳିବ ପାଣିପାଗ । ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ଯଥେଷ୍ଟ ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବିଶେଷ କରି ଉତ୍ତର ଓ କେନ୍ଦ୍ରୀୟ ଓଡ଼ିଶାରେ ଏହାର ଅଧିକ ପ୍ରଭାବ ରହିବ । ଉତ୍ତର ଓଡ଼ିଶାରେ ୧୦ରୁ ୧୫ ମିଲିମିଟର ବର୍ଷା ହେବାର ସମ୍ଭାବନା ଥିବା ବେଳେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପାଗ କୋହଲା ରହିବ । ତେଣୁ ସତର୍କତା ଅବଲମ୍ବନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।

ତେବେ ଆସନ୍ତା ୨୪ ଘଣ୍ଟା ପାଇଁ ପାଗ ଶୁଖିଲା ରହିବ ସହ କନ୍ଧମାଳ, ନୟାଗଡ଼ ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଏହା ପୂର୍ବରୁ ଗତକାଲି ରାତିରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇଥିବା ନେଇ ମଧ୍ୟ ସୂଚନା ମିଳିଛି ।

   Related Posts