ଏହି ସବୁ ଜିଲ୍ଲାରେ ହେବ କାଳବୈଶାଖୀ, ରୁହନ୍ତୁ ସତର୍କ
21/06/2019 at 8:15 AM

ଭୁବନେଶ୍ବର ୨୧|୬: ରାଜ୍ୟର ୧୪ ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ଜାରି କରାଯାଇଛି । ସକାଳ ୭ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ୧୪ ଜିଲ୍ଲା ହେଲା ଗଞ୍ଜାମ, ଗଜପତି, କନ୍ଧମାଳ, କୋରାପୁଟ, ରାୟଗଡା, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା ଏବଂ ନୟାଗଡ । ଏହି ସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।