ବଢିଲା କରୋନା ସଂକ୍ରମଣ, କଳାହାଣ୍ଡି ଜିଲ୍ଲା ବୃନ୍ଦାବାହାଲ ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

Published By : Prameya-News7 Bureau | April 03, 2021 IST

କଳାହାଣ୍ଡି ୩।୪: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମଣ । ବିଭିନ୍ନ ଜିଲ୍ଲାରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା କ୍ରମଶଃ ବଢିବାରେ ଲାଗିଛି । କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ୍ ବୃନ୍ଦାବାହାଲ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ୬ ଆକ୍ରାନ୍ତ ଚିହ୍ନଟ ପରେ ସରପଞ୍ଚ ହେମାଙ୍ଗିନୀ ରାଉତ ଏଭଳି ନିଷ୍ପତ୍ତି ନେଇଛନ୍ତି । ଅନ୍ୟପଟେ ଲିମସେର ଗାଁରେ କରୋନାରେ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି ।

ଗତ ୨ ତାରିଖରେ ବୃନ୍ଦାବାହାଳ ପଞ୍ଚାୟତ ଲିମସେରରେ ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ଏବଂ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିଲେ । ଜନସାଧାରଣଙ୍କ ସମାଗମ ଦୃଷ୍ଟିରୁ ଲିମସେରରେ ଥିବା ସମସ୍ତ ଦୋକାନ, ବଜାର, ଯାଜବାହାନ ଚଳାଚଳ, ଧାର୍ମିକ ଅନୁଷ୍ଠାନ, ସରକାରୀ ଓ ବେସରକାରୀ ଅଫିସ ୨ ତାରିଖ ଠାରୁ ୮ ତାରିଖ ମଧ୍ୟରାତି ପର୍ଯ୍ୟନ୍ତ ସର୍ଟ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି ।

ଏହାସହ ସମସ୍ତ ଅନୁଷ୍ଠାନ ବନ୍ଦ କରି ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖି ସମସ୍ତ ଜନସାଧାରଣ ସହଯୋଗ କରିବାକୁ ଅନୁରୋଧ କରାଯାଇଛି । ନିୟମ ନମାନିଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ।

{"id":432480,"sizeSlug":"large","linkDestination":"none"}

ଉଲ୍ଲେଖଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୬୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୩ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୩୯୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ଜିଲ୍ଲାରେ ୩୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.