ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୩ଟି ଜିଲ୍ଲାରେ କାଳବୈଶାଖୀ

Published By : Prameya-News7 Bureau | April 24, 2019 IST

ପାଣିପାଗ ୨୪|୪: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୩ଟି ଜିଲ୍ଲାରେ କାଳବୈଶାଖୀ ସତର୍କତା ସୂଚନା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ବିଜୁଳି ଘଡଘଡି ସହ ପବନ ହେବା ସମ୍ଭାବନା ରହିଛି । ଆସନ୍ତାକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ସମ୍ଭାବନା ରହିଛି । ଆଜି ୬ଟି ସହର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ଟିଟିଲାଗଡରେ ସର୍ବାଧିକ ତାପମାତ୍ରା ୪୨.୫ ଡିଗ୍ରୀ ସେଲସିୟସ । ୨୬ ପରଠୁ ରାଜ୍ୟର ଅଧିକାଂଶ ସ୍ଥାନରେ ୪୦ ଡିଗ୍ରୀ ଉପରେ ରହିବ ତାପମାତ୍ରା । ଦକ୍ଷିଣ ବଙ୍ଗୋପସାଗର ନିକଟରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ବର୍ତ୍ତମାନ ଏହା ତାମିଲନାଡୁ ମୁହାଁ ରହିଛି । ତେବେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.