Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||
  • ଜଗତସିଂହପୁର : ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • କୌଶାମ୍ବି : ବରଯାତ୍ରୀ ଗାଡ଼ି ଉପରେ ଓଲଟି ପଡ଼ିଲା ବାଲି ଭର୍ତ୍ତି ଟ୍ରକ୍ ,୮ମୃତ
  • ||
  • ଆମେରିକାରେ କରୋନା ସ୍ଥିତି ଭୟଙ୍କର : ଗୋଟିଏ ସପ୍ତାହ ମଧ୍ୟରେ ୧୦ହଜାର ଲୋକଙ୍କ ଗଲା ଜୀବନ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୮୦ କରୋନା ସଂକ୍ରମିତ, ୩୧୯୫୮୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

କଟକରେ କାଳୀପୂଜା ନେଇ କଟକଣା, ବାଣ ଫୁଟାଇଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

9/11/2020 at 1:11 PM

କଟକ ୯।୧୧: କଟକରେ ଦୁର୍ଗାପୂଜା ଭଳି କାଳୀପୂଜା ଅନୁଷ୍ଠିତ ହେବ । ଏ ନେଇ ପୂର୍ବରୁ ନିର୍ଦ୍ଦେଶ ଦିଆଯାଇଛି । ତେବେ କଟଟରେ କାଳୀପୂଜା ଓ ଆଲୋକର ପର୍ବ ଦୀପାବଳୀ ପାଇଁ ପୋଲିସର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଚଳିତ ବର୍ଷ କୋଭିଡ୍ କଟକଣା ଅନୁଯାୟୀ କଟକ ସହରରେ ପାଳିତ ହେବ କାଳୀ ପୂଜା ।  

ସ୍ବତନ୍ତ୍ର ରିଲିଫ କମିସନରଙ୍କ ନିୟମ ମାନି କାଳୀ ପୂଜା ପାଳିତ ହେବ ବୋଲି କଟକ ଡିସିପି ପ୍ରତୀକ୍ ସିଂ ସୂଚନା ଦେଇଛନ୍ତି । ଚଳିତ ଥର ଆବଦ୍ଧ ମଣ୍ଡପରେ ମା’ ପୂଜା ପାଇବେ । ସହରରେ ଚଳିତ ବର୍ଷ ୧୧ଟି ସ୍ଥାନରେ ଭସାଣ ଉତ୍ସବ ଅନୁଷ୍ଠିତ ହେବ । ଏଥିପାଇଁ ୧୧ଟି ସ୍ଥାନରେ ବିସର୍ଜନ ପାଇଁ ଅସ୍ଥାୟୀ ପୋଖରୀର ବ୍ୟବସ୍ଥା କରାଯିବ । ସୁରକ୍ଷା ଦୃଷ୍ଟିରୁ ସହରରେ ନିୟୋଜିତ ହେବେ ୧୫ ପ୍ଲାଟୁନ୍‌ ପୋଲିସ ଫୋର୍ସ । ଏହାସହ ୫୦ ଅଫିସର ମୁତୟନ ହେବେ ।

ଅନ୍ୟପଟେ ସହରରେ ବାଣ ଫୁଟାଇବା ଉପରେ କଟକଣା ଲଗାଯାଇଛି । ନିୟମ ଭାଙ୍ଗିଲେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ବାଣ ଫୁଟାଇବା ଉପରେ କଟକଣା ଲାଗିଥିବାରୁ ସ୍ବତନ୍ତ୍ର ଡ୍ରାଇଭ ବ୍ୟବସ୍ଥା କରାଯାଇଛି । ପୋଲିସ ପାଟ୍ରୋଲିଂ ସହ ବିଭିନ୍ନ ସ୍ଥାନରେ ଏଡ୍ ପୋଷ୍ଟ କରାଯିବ । ଦୀପାବଳି ପାଳନ ନେଇ ସହରବାସୀଙ୍କୁ ସଚେତନ କରାଯାଇଛି ।

   Related Posts