Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

କରୋନା ମୁକାବିଲା : କୋଭିଡ୍ କେୟାର ସେଣ୍ଟରରେ ପରିଣତ ହେଲା କଲ୍ୟାଣ ମଣ୍ଡପ

25/04/2021 at 1:19 PM

ଆନନ୍ଦପୁର,୨୫/୦୪: ଦେଶରେ ଜାରି ରହିଛି ମାରାତ୍ମକ କରୋନା ଭାଇରସର ଦ୍ୱିତୀୟ ଲହର । ଓଡିଶାରେ ମଧ୍ୟ ଦୈନିକ ୬ ହଜାରରୁ ଅଧିକ ମାମଲା ସାମ୍ନାକୁ ଆସୁଛି । ସେହିପରି କେନ୍ଦୁଝର ଜିଲ୍ଲାର ଆନନ୍ଦପୁର ଠାରେ କରୋନାର ଦ୍ୱିତୀୟ ଲହର ଦ୍ରୁତଗତିରେ ମାଡି ଚାଲିଛି ।ଏହାମଧ୍ୟରେ ଆନନ୍ଦପୁର ପ୍ରଶାସନ ଏକ କଲ୍ୟାଣ ମଣ୍ଡପକୁ କୋଭିଡ୍ କେୟାରରେ ରୂପାନ୍ତରିତ କରିଛି ।

ଆନନ୍ଦପୁରରେ ଦିନକୁ ଦିନ କୋଭିଡ୍ ପଜିଟିଭଙ୍କ ସଂଖ୍ୟା ବଡିବାରେ ଲାଗିଛି । ଯାହା ପ୍ରଶାସନ ପାଇଁ ଚିନ୍ତାର କାରଣ ପାଲଟିଛି । ଏହିସବୁକୁ ଦୃଷ୍ଟିରେ ରଖି ଆନନ୍ଦପୁର ପ୍ରଶାସନ ତରଫରୁ ମ୍ୟୁନିସିପାଲଟି କଲ୍ୟାଣ ମଣ୍ଡପକୁ ୬୦ ଶଯ୍ୟା ବିଶିଷ୍ଟ କୋଭିଡ୍ କେୟାର ସେଣ୍ଟରରେ ପରିଣତ କରାଯାଇଛି ।

ଏହି କୋଭିଡ୍ କେୟାର ସେଣ୍ଟରରେ ୨୦ଟି ଅକ୍ସିଜେନ୍‌ ବେଡ୍‌ର ବ୍ୟବସ୍ଥା ମଧ୍ୟ କରାଯାଇଛି ।  ଏଠାରେ କରୋନା ଲକ୍ଷଣ ଥିବା ରୋଗୀ ଚିକିତ୍ସିତ ହୋଇପାରିବେ ବୋଲି ପ୍ରଶାସନ ତରଫରୁ କୁହାଯାଇଛି ।

   Related Posts