Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ପାଟଣା: ଫ୍ୟାକ୍ଟ୍ରି ଗ୍ରାଇଣ୍ଡରରେ ଚାପି ହୋଇ ମହିଳା ଶ୍ରମିକଙ୍କ ମୃତ୍ୟୁ

26/11/2020 at 8:20 PM

ପାଟଣା୨୬/୧୧: ଫ୍ଲାଏ ଆସ୍ ଇଟା ଫ୍ୟାକ୍ଟ୍ରି ଗ୍ରାଇଣ୍ଡରରେ ଚାପି ହୋଇ ମହିଳା ଶ୍ରମିକଙ୍କ ମୃତ୍ୟୁ। କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅଧିନ ମୁରୁସୁଆଁ ପଞ୍ଚାୟତ କିଆପଡା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଏକ ପ୍ଲାଏ ଆସ୍ ଇଟା ଫ୍ୟାକ୍ଟ୍ରିରେ ଗୁରୁବାର ଏହି ଅଘଟଣ ଘଟିଛି।

ଫ୍ୟାକ୍ଟ୍ରିର ଗ୍ରାଇଣ୍ଡର ମେସିନରେ ଚାପି ହୋଇ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ମହିଳା ଶ୍ରମିକ ହେଲେ କିଆପଡା ଗ୍ରାମର ଭୁବନ ନାଏକଙ୍କ ସ୍ତ୍ରୀ ରୁକ୍ମଣୀ ନାଏକ, ତାଙ୍କ ବୟସ ୫୫ ବର୍ଷ। ସେ ଫ୍ୟାକ୍ଟ୍ରିରେ ଗ୍ରାଇଣ୍ଡର ମେସିନ ବନ୍ଦ କରି ସଫା କରୁଥିଲେ। ହଠାତ୍‌ କେହି ଜଣେ ମେସିନର ସ୍ୱିଚ ଅନ୍ କରି ଦେଇଇଥିଲେ। ସେ ମେସିନରେ ଚାପି ହୋଇ ଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ କେନ୍ଦୁଝର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।

   Related Posts