Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

କମଲ ନାଥ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ; ଆସନ୍ତା ୧୭ତାରିଖରେ ନେବେ ଶପଥ

14/12/2018 at 11:47 AM

ଭୋପାଳ ୧୪|୧୨: କଂଗ୍ରେସର ବରିଷ୍ଠ ନେତା କମଲ ନାଥ ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଆସନ୍ତା ୧୭ ତାରିଖରେ ଶପଥ ଗ୍ରହଣକରିବେ । ଗତକାଲି ବିଳମ୍ବିତ ରାତିରେ ଭୋପାଳରେ କମଲ ନାଥଙ୍କୁ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରାଯାଇଛି। ଦୀର୍ଘ ୧୫ ବର୍ଷ ପରେ ମଧ୍ୟପ୍ରଦେଶରେ କ୍ଷମତାକୁ ଫେରିଛି କଂଗ୍ରେସ । ବିଏସପି ଓ ସ୍ବାଧୀନ ବିଧାୟକଙ୍କ ସମର୍ଥନରେ ସରକାର ଗଠନ କରିବ । ତେବେ ମୁଖ୍ୟମନ୍ତ୍ରୀ କିଏ ହେବ ତାହାକୁ ନେଇ ଗତକାଲି ଦିନ ତମାମ ଦିଲ୍ଲୀରେ କସରତ ଚାଲିଥିଲା । ଏହି ପଦ ପାଇଁ ଜ୍ୟୋତିରାଦିତ୍ୟ ସିନ୍ଧିଆ ମଧ୍ୟ ଦୃଢ଼ ଦାବିଦାର ଥିଲେ । ରାଜ୍ୟର ମାମଲା ରାଜ୍ୟରେ ଶେଷ ହୋଇ ନପାରିବା ପରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି ମଧ୍ୟପ୍ରଦେଶର  ଦୁଇ ହାଇ ପ୍ରୋଫାଇଲ ନେତା ସଭାପତି କମଲ ନାଥ ଓ ପ୍ରଚାର ସମିତିର ମୁଖ୍ୟ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଦିଲ୍ଲୀ ଡାକିଥିଲେ। ଉଭୟ କମଲ ନାଥ ଏବଂ ସିନ୍ଧିଆ ଦିଲ୍ଲୀରେ ରାହୁଲ ଗାନ୍ଧିଙ୍କୁ ସାକ୍ଷାତ କରି ଫେରିବା ପରେ ଭୋପାଳରେ କଂଗ୍ରେସ ବିଧାୟକ ଦଳର ବୈଠକ ହୋଇଥିଲା। ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁସାରେ କମଲ ନାଥଙ୍କୁ ମୁଖ୍ୟମନ୍ତ୍ରୀ ଭାବରେ ଚୟନ କରାଯାଇଛି।

   Related Posts