କଣାସ ଗାଁ ସମେତ ବଜାରକୁ ୭ଦିନ ଯାଏଁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା, ସଂକ୍ରମଣ ବୃଦ୍ଧିକୁ ଦେଖି ନିଷ୍ପତ୍ତି

Published By : Prameya-News7 Bureau | May 12, 2021 IST

ଡେଲାଙ୍ଗ ୧୨।୦୫:  ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଣାସ ବଜାର ସମେତ କଣାସ ଗାଁକୁ ୭ଦିନ ପାଇଁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି । ଏହି ସମୟରେ ସମସ୍ତ କରୋନା ନିୟମ ମାନିବାକୁ ନିର୍ଦ୍ଦେଶ ଦିଆଯାଇଛି । ଯଦି କେହି ନିୟମ ନମାନନ୍ତି , ତେବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଖବର ଅନୁଯାୟୀ,  ଗୋଟେ ପଟେ ସରକାର କୋଭିଡି ଟୀକା କରଣ କରିବାରେ ଲାଗିପଡ଼ିଥିବା ବେଳେ ଅନ୍ୟ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ବଢ଼ିବାରେ ଲାଗିଛି । ପୁରୀ ଜିଲ୍ଲା କଣାସ ବ୍ଲକରୁ ବର୍ତ୍ତମାନ ସୁଦ୍ଧା ୪୦୦ରୁ ଅଧିକ କରୋନା  ଆକ୍ରାନ୍ତ ଚିହ୍ନଟ ହେଲାଣି । ତେଣୁ ଆଗାମୀ ଦିନରେ ସଂକ୍ରମଣ ସଂଖ୍ୟା କମ୍‌ କରିବା ଦୃଷ୍ଟି ରଖି  ଜିଲ୍ଲା ପ୍ରଶାସନ ପକ୍ଷରୁ କଠୋର ପଦକ୍ଷେପ ନିଆଯାଇଛି ।  କଣାସ ବଜ଼ାର ସମେତ କଣାସ ଗାଁକୁ ୭ ଦିନ ପାଇଁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛନ୍ତି ଜିଲ୍ଲା ପ୍ରଶାସନ ।ଏନେଇ  କଣାସ ବିଡିଓ  ଲୋଚନ ଦାସ ସୂଚନା ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.