କନ୍ଧମାଳକୁ ପୁଣି ଫେରିଛି ଶୀତ, ଦାରିଙ୍ଗବାଡିକୁ ଛୁଟୁଛି ପର୍ଯ୍ୟଟକଙ୍କ ସୁଅ

Published By : Prameya-News7 Bureau | November 30, 2021 IST

ବାଲିଗୁଡ଼ା ୩୦/୧୧: କନ୍ଧମାଳକୁ ପୁଣି ଫେରିଛି ଶୀତ । ଦୁଇ ଦିନ ହେବ କନ୍ଧମାଳରେ ଶୀତର ଲହରୀ ଜାରିରହିଛି । ବାଲିଗୁଡ଼ା, ଦାରିଙ୍ଗବାଡି, କ.ନୁଆଗାଁ, ବେଲଘର, ତୁମୁଡ଼ିବନ୍ଧ, କୋଟଗଡ଼ ଅଞ୍ଚଳରେ ବଢ଼ିଲାଣି ଶୀତ । ସକାଳ ପ୍ରାୟ ୯ଟା ଯାଏଁ ଘନକୁହୁଡ଼ିର ଚାଦର ତଳେ ଘୋଡ଼େଇ ହୋଇ ରହୁଛି ସାରା ଅଞ୍ଚଳ । ଘନ କୁହୁଡି ଯୋଗୁଁ ଯାନବାହାନ ଚଳାଚଳରେ ବାଧା ସୃଷ୍ଟି ହେଉଥିବାରୁ ସତର୍କତା ଅବଲମ୍ବନ କରୁଛନ୍ତି ଚାଳକ ।

wp:gallery {"ids":[551964],"linkTo":"none"} /wp:gallery

ସେପଟେ ନିଜକୁ ଫିଟ୍ ରଖିବା ପାଇଁ ସବୁ ବର୍ଗର ଲୋକେ ସକାଳୁ ସକାଳୁ ମର୍ଣ୍ଣି ଓ୍ବାକ୍, ଯୋଗ, ବ୍ୟାୟାମ କରିବା ପାଇଁ ଜିମ୍ ଓ ଷ୍ଟାଡିୟମରେ ଭିଡ଼ ଜମାଉଥିବା ଦେଖିବାକୁ ମିଳୁଛି । ଏଥିସହିତ ଶୀତୁଆ ସକାଳରେ ଚା ଦୋକାନରେ ଲୋକଙ୍କ ଭିଡ଼ ମଧ୍ୟ ଦେଖିବାକୁ ମିଳୁଛି । ସେପଟେ ଶୀତର ମଜା ଉଠାଇବା ପାଇଁ ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକଙ୍କ ସୂଅ ଛୁଟିଲାଣି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.