Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

କଂଗ୍ରେସରେ ମିଶିଲେ କହ୍ନେୟା କୁମାର ଓ ଜିଗ୍ନେଶ ମେଓ୍ଵାଣୀ, ରାହୁଲଙ୍କ ଉପସ୍ଥିତିରେ ଗ୍ରହଣ କଲେ ସଦସ୍ୟତା

28/09/2021 at 5:32 PM

ନୂଆଦିଲ୍ଲୀ ୨୮।୦୯: ବହୁ କଳ୍ପନା ଜଳ୍ପନା ପରେ କଂଗ୍ରେସର ହାତ ଧରିଲେ ଜେଏନୟୁର ପୂର୍ବତନ ସଭାପତି ତଥା ସିପିଆଇ ନେତା କହ୍ନେୟା କୁମାର। ତାଙ୍କ ସହ ଗୁଜରାଟରୁ ବିଧାୟକ ଜିଗ୍ନେଶ ମେଓ୍ଵାଣୀ ମଧ୍ୟ କଂଗ୍ରେସରେ ଯୋଗ ଦେଇଛନ୍ତି। ମଙ୍ଗଳବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଉପସ୍ଥିତିରେ କହ୍ନେୟା ଓ ଜିଗ୍ନେଶ ପାର୍ଟି ସଦସ୍ୟତା ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ରାହୁଲ ଗାନ୍ଧୀଙ୍କ ସହିତ କହ୍ନେୟା କୁମାର ଓ ଜିଗ୍ନେଶ ମେଓ୍ଵାଣୀ ସହିଦ ଏ ଆଜମ ଭଗତ ସିଂହ ପାର୍କରେ ଉପସ୍ଥିତ ଥିଲେ।

ଉଭୟଙ୍କ କଂଗ୍ରେସରେ ସାମିଲ୍ ନେଇ ପାର୍ଟିର ସାଧାରଣ ସଂପାଦକ କେସି ବେଣୁଗୋପାଳ କହିଛନ୍ତି, ଆମେ ଏହି ଦୁଇ ଯୁବ ନେତାଙ୍କ ସହ କାମ କରିବା ନେଇ ଆଶାନ୍ଵିତ ଅଛୁ। ଯଦ୍ଵାରା ଦେଶରେ ଶାସନ କରୁଥିବା ଫାଶୀବାଦୀ ଶକ୍ତିକୁ ହରାଇ ପାରିବୁ।

କହ୍ନେୟା କୁମାରଙ୍କ ଦୀର୍ଘ ସମୟ ଧରି କଂଗ୍ରେସରେ ଯୋଗ ଦେବା ନେଇ ଚର୍ଚ୍ଚା ଜାରି ରହିଥିଲା। ଶେଷରେ ସେ ମଙ୍ଗଳବାର କଂଗ୍ରେସରେ ଯୋଗ ଦେଇଛନ୍ତି। କହ୍ନେୟା କୁମାର ଓ ଜିଗ୍ନେଶ ମେଓ୍ଵାଣୀଙ୍କ ସ୍ଵାଗତ ପାଇଁ ଦିଲ୍ଲୀରେ କଂଗ୍ରେସ ପାର୍ଟି କାର୍ଯ୍ୟାଳୟ ବାହାରେ ମଧ୍ୟ ପୋଷ୍ଟର ଲାଗିଛି। ଏଥିରେ ରାହୁଲ ଗାନ୍ଧୀଙ୍କ ଫଟୋ ମଧ୍ୟ ରହିଛି। ସୂଚନାଯୋଗ୍ୟ, କହ୍ନେୟା କୁମାର ସିପିଆଇ ପକ୍ଷରୁ ଲୋକସଭା ନିର୍ବାଚନ ଲଢି ସାରିଛନ୍ତି ଏବଂ ପରାଜିତ ମଧ୍ୟ ହୋଇ ସାରିଛନ୍ତି। ଅନ୍ୟପଟେ ଜିଗ୍ନେଶ ମେଓ୍ଵାଣୀ ଗୁଜରାଟର ନିର୍ଦ୍ଦଳୀୟ ବିଧାୟକ ଅଛନ୍ତି।

   Related Posts