Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳାର ଅନ୍ତିମ ଦିବସ, କଂସ ମହାରାଜଙ୍କୁ ବଦ୍ଧ କରିବେ ଶ୍ରୀକୃଷ୍ଣ

16/09/2021 at 10:31 AM

ପୁରୀ ୧୬।୯: ଗତମାସ ୨୯ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଥିବା ଶ୍ରୀକୃଷ୍ଣ ଲୀଳାର ଗୁରୁବାର ଅନ୍ତିମ ଦିବସ । ଭାଦ୍ରବ ମାସ ଶୁକ୍ଳପକ୍ଷ ଦଶମୀ ତିଥି କୃଷ୍ଣଲୀଳାର ଶେଷ ଦିବସରେ କଂସ ମହାରାଜଙ୍କୁ ଶ୍ରୀକୃଷ୍ଣ ବଦ୍ଧ କରିବେ । ବଡଦାଣ୍ଡରେ ମହାପ୍ରଭୁଙ୍କ ଏହି ନୀତି ଅନୁଷ୍ଠିତ ହେବ ।

ଗୁରୁବାର ଅପରାହ୍ନରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଶ୍ରୀରାମକୃଷ୍ଣ ପାଲିଙ୍କିରେ ବିଜେ ହୋଇ ଶ୍ରୀମନ୍ଦିରରୁ ବାହାରିବେ । ଲବଣୀଖିଆ ମଣ୍ଡପରେ ମହାଭୋଇ ପରିବାରର ବୋହୂମାନଙ୍କ ହାତରୁ ଲବଣୀ ଖାଇବା ପରେ ମଥୁରା ନଗର ଅର୍ଥାତ ବଡଦାଣ୍ଡରେ ପହଞ୍ଚିବା ପରେ ସେଠାରେ ଶ୍ରୀକୃଷ୍ଣ ଲୀଳାର ଅନ୍ତିମ ପର୍ବ ଅନୁଷ୍ଠିତ ହେବ ।

ଶେଷରେ ଶ୍ରୀମନ୍ଦିର ସିଂହଦ୍ବାର ନିକଟରେ ପ୍ରଭୁ ଶ୍ରୀକୃଷ୍ଣ ରାକ୍ଷସ ରାଜା କଂସଙ୍କ ମଧ୍ୟରେ ଯୁଦ୍ଧ ହେବ । ଶେଷରେ ଶ୍ରୀକୃଷ୍ଣ ମହାରାଜ କଂସଙ୍କୁ ନିଧନ କରିବା ପରେ ମହାପ୍ରଭୁଙ୍କ ପାଲିଙ୍କି ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବ।

   Related Posts