Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ : ମିଳିଲାନି ଜାମିନ୍, ନିଜ ବେକ କାଟିଦେଲେ କଏଦୀ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବ୍ରିଟେନ୍‌ ପରେ ଆଉ ଗୋଟିଏ ଦେଶ କଲା ବଡ଼ ଘୋଷଣା, ଆସନ୍ତା ସପ୍ତାହରୁ ଆରମ୍ଭ ହେବ ଟିକାକରଣ
  • ||
  • କମୁଛି ସଂକ୍ରମଣ, ଲୋକଙ୍କ ମନରୁ ଦୂର ହେଉଛି କରୋନା ଭୟ, ଆଉ ୬୬୦ ସଂକ୍ରମିତ ହେଲେ ଆରୋଗ୍ୟ
  • ||
  • ସମ୍ମାନ ରଖିଲା ଭାରତ, ଶେଷ ଦିନିକିଆରେ କଙ୍ଗାରକୁ ୧୩ ରନରେ ଦେଲା ମାତ୍, ୨-୧ରେ ସିରିଜ୍ ଜିତିଲା ଅଷ୍ଟ୍ରେଲିଆ
  • ||
  • ମାଲକାନଗିରି : ଶବ ସତ୍କାର ପାଇଁ ଗାଁ ମଶାଣୀରେ ମିଳୁନି ଜାଗା, ୨୪ ଘଣ୍ଟା ହେଲା ଗାଁ ଦାଣ୍ଡରେ ପଡିଛି ମୃତଦେହ
  • ||
  • ଜୟପୁର : ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ହାର୍ଡକୋର ମାଓବାଦୀ ରାମକ୍ରିଷ୍ଣାର ଥିଲା ଅଙ୍ଗରକ୍ଷୀ
  • ||
  • ଭୁବନେଶ୍ବର : ୧୧୨ ଡାଏଲ କରନ୍ତୁ, ମିଳିବ ସବୁ ଜରୁରୀ ସେବା ଓ ସହାୟତା : ନୂଆ ଏକକ ପୋଲିସ ହେଲ୍ପ ଲାଇନ୍ ନମ୍ବର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • କଟକ : ‘ସ୍କୁଲ ଫି’ ଧାର୍ଯ୍ୟ ପାଇଁ ଆଇନ ନାହିଁ’- ହାଇକୋର୍ଟରେ ଏଭଳି ତଥ୍ୟ ରଖିଲେ ସରକାର
  • ||
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||

ସୁଧୁରୁଛି କପିଲ ଦେବଙ୍କ ସ୍ୱାସ୍ଥ୍ୟାବସ୍ଥା, ହସ୍ପିଟାଲ ବେଡରୁ ସେୟାର କଲେ ‘ଥମ୍ପସ୍ ଅପ୍’ ଫଟୋ

25/10/2020 at 1:09 PM

ନୂଆଦିଲ୍ଲୀ, ୨୫/୧୦: ପୂର୍ବତନ ଟିମ୍‌ ଇଣ୍ଡିଆ ଅଧିନାୟକ ତଥା କିମ୍ବଦନ୍ତୀ କ୍ରିକେଟର କପିଳ ଦେବଙ୍କ ସ୍ୱାସ୍ଥ୍ୟାବସ୍ଥା ଧିରେ ଧିରେ ସୁଧୁରିବାରେ ଲାଗିଛି  ।  ହସ୍‌ପିଟାଲ ବେଡ୍‌ରୁ ତାଙ୍କର ପ୍ରଥମ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଫଟୋରେ କପିଳ ତାଙ୍କର ସ୍ୱଭାବିକ ହସ ସହ ‘ଥମ୍ପସ୍‌ ଅପ୍‌’ କରୁଛନ୍ତି ।

ହୃଦ୍‌ଘାତରେ ଶିକାର ହେବା ପରେ କପିଳଙ୍କୁ ନୂଆଦିଲ୍ଲୀର ଫୋର୍ଟିଜ ଏସ୍କର୍ଟସ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ଏହାପରେ ତାଙ୍କର ‘ଆଞ୍ଜିଓପ୍ଲାଷ୍ଟି’କରାଯାଇଥିଲା । ଡାକ୍ତର ଅତୁଲ ମାଥୁର ଓ ତାଙ୍କ ଟିମ୍‌ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କପିଳଙ୍କ ଚିକିତ୍ସା ଚାଲିଛି । ତାଙ୍କର ଅସୁସ୍ଥତା ଖବର ପ୍ରଚାରିତ ହେବା ପରେ ପ୍ରଶଂସକ, ଶୁଭେଚ୍ଛୁ ଓ ସାଙ୍ଗସାଥୀ ଘୋର ଉଦ୍‌ବେଗ ପ୍ରକାଶ କରିବା ସହ ଶୀଘ୍ର ଆରୋଗ୍ୟ କାମନା କରିଥିଲେ ।

କପିଳ ମଧ୍ୟ ଗତକାଲି ଉଭୟ ଇନ୍‌ଷ୍ଟାଗ୍ରାମ ଓ ଟ୍ୱିଟରରେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ । ସେ ଲେଖିଥିଲେ, ‘ମୋ ପ୍ରତି ଆପଣମାନଙ୍କ ଭଲ ପାଇବା ଓ ଚିନ୍ତା ପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଉଛି । ଆପଣଙ୍କ ଶୁଭେଚ୍ଛାରେ ମୁଁ ଅଭିଭୂତ ଏବଂ ସୁସ୍ଥତାର ପଥରେ ରହିଛି ।

   Related Posts