Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||

ଉତ୍ତରାଖଣ୍ଡ ପରେ କର୍ଣ୍ଣାଟକରେ ବଡ ଧରଣର ଅଦଳବଦଳ ଚର୍ଚ୍ଚା ! ମୁଖ୍ୟମନ୍ତ୍ରୀ ୟେଦିୟୁରପ୍ପାଙ୍କୁ ଦିଲ୍ଲୀ ଡକରା

16/07/2021 at 2:41 PM

ନୂଆଦିଲ୍ଲୀ ୧୬/୦୭ : ଉତ୍ତରାଖଣ୍ଡ ପରେ ଏବେ କର୍ଣ୍ଣାଟକରେ କ୍ଷମତା ଅଦଳବଦଳ ଚର୍ଚ୍ଚା ଜୋର ଧରିଛି । ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦିୟୁରପ୍ପାଙ୍କ ମନ୍ତ୍ରୀମଣ୍ଡଳର ରୂପରେଖ ବଦଳିବା ନେଇ ଆକଳନ କରାଯାଉଛି । ଚର୍ଚ୍ଚା ଏଥିପାଇଁ ଜୋର ଧରିଛି କାରଣ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦିୟୁରପ୍ପାଙ୍କୁ ଦିଲ୍ଲୀ ଡକାଯାଇଛି । ଶୁକ୍ରବାର ସନ୍ଧ୍ୟା ୫ଟା ସୁଦ୍ଧା ଦିଲ୍ଲୀରେ ପହଞ୍ଚିବେ ୟେଦୁ । ଏହା ପରେ ଆଜି ସନ୍ଧ୍ୟାରେ କିମ୍ବା ଆସନ୍ତାକାଲି ସେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସହିତ ଭେଟ କରିବା ନେଇ ସୂଚନା ମିଳିଛି ।

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦିୟୁରପ୍ପା ଗୁରୁବାର କହିଥିଲେ ଯେ, ମନ୍ତ୍ରୀ ମଣ୍ଡଳ ଅଦଳବଦଳ ହେବା ନେଇ ସେଭଳି କୌଣସି ଆଲୋଚନା ହୋଇନାହିଁ । ଦିଲ୍ଲୀରେ ଦଳର କେନ୍ଦ୍ରୀୟ ନେତାଙ୍କ ସହ ଆଲୋଚନା ପରେ ଯାଇ ନିଷ୍ପତ୍ତି ନିଆଯିବ । ଦିଲ୍ଲୀ ଯିବା ପୂର୍ବରୁ ୟେଦୁ କହିଥିଲେ ଯେ, ଜଳସେଚନ ପ୍ରକଳ୍ପ ଏବଂ ଅନ୍ୟାନ୍ୟ ପ୍ରସଙ୍ଗରେ ଉପରେ ପ୍ରଧାନମନ୍ତ୍ରୀଙ୍କ ସହିତ ଆଲୋଚନା ଏବଂ କେନ୍ଦ୍ର ମନ୍ତ୍ରୀମାନଙ୍କ ସହିତ ସାକ୍ଷାତ ପାଇଁ ଦିଲ୍ଲୀ ଯାଉଛି ।

ତେବେ ମନ୍ତ୍ରୀ ମଣ୍ଡଳ ଅଦଳବଦଳ ପ୍ରଶ୍ନରେ ୟେଦିୟୁରପ୍ପା କହିଛନ୍ତି, ବର୍ତ୍ତମାନ ସେଭଳି କୌଣସି ପ୍ରସ୍ତାବ ମିଳିନାହିଁ । କେନ୍ଦ୍ରୀୟ ନେତୃତ୍ବଙ୍କ ସହ ଆଲୋଚନା ପରେ ଏବଂ ସେଭଳି କୌଣସି ପ୍ରସ୍ତାବ ଆସିଲେ ଯାଇ ମନ୍ତ୍ରୀ ମଣ୍ଡଳ ଅଦଳବଦଳ ପ୍ରସଙ୍ଗରେ ଯାହା ନିଷ୍ପତ୍ତି ନିଆଯିବ । ସେହିଭଳି କର୍ଣ୍ଣାଟକ ବିଜେପି ଅଧ୍ୟକ୍ଷ ନଳିନ କୁମାର କଟୀଲ କହିଥିଲେ​‌ ଯେ, ରାଜ୍ୟରେ ମନ୍ତ୍ରୀମଣ୍ଡଳ ଅଦଳବଦଳ ମୁଖ୍ୟମନ୍ତ୍ରୀଙ୍କ ଉପରେ ନିର୍ଭର କରୁଛି ।

ଏହା ବାଦ୍ କର୍ଣ୍ଣାଟକରେ ଥିବା କାବେରୀ ନଦୀ ଉପରେ ହେବାକୁ ଥିବା ବୃହତ ପ୍ରକଳ୍ପକୁ ନେଇ କେନ୍ଦ୍ରର ସହାୟତା ସମ୍ବନ୍ଧରେ ପ୍ରଧାନମନ୍ତ୍ରୀଙ୍କ ସହିତ ଆଲୋଚନା ହୋଇପାରେ । ପଡୋଶୀ ରାଜ୍ୟ ତାମିଲନାଡୁ ଏହି ଯୋଜନାର ବିରୋଧ କରିଆସୁଛି । ଏ ନେଇ କେନ୍ଦ୍ରୀୟ ନେତୃତ୍ବଙ୍କ ସହିତ ଆଲୋଚନା ହେବ ।

   Related Posts