Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

କରୋନା ଭାଇରସ ନେଇ ବିମାନବନ୍ଦରରେ ସ୍ବତନ୍ତ୍ର ବ୍ୟବସ୍ଥା

26/01/2020 at 4:17 PM

ଝାରସୁଗୁଡା ୨୬।୦୧: କରୋନା ଭାଇରସର ଚୀନ୍‌ରେ ପ୍ରଭାଵ ବୃଦ୍ଧି ପାଇବାର ଲାଗିଛି । ଏହି ମାରାତ୍ମକ ଭାଇରସ ଯେଭଳି ଭାରତରେ ଏହା ନ ବ୍ୟାପିବ ସେଥିପାଇଁ ସରକାର ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରୁଛନ୍ତି । କେନ୍ଦ୍ର ସରକାର ସମସ୍ତ ରାଜ୍ୟ ସରକାରଙ୍କୁ ସତର୍କତା ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାପରେ ରାଜ୍ୟ ସରକାର ଓଡ଼ିଶାର ଦୁଇ ବିମାନବନ୍ଦର ଭୁବନେଶ୍ୱର ଓ ଝାରସୁଗୁଡାରେ ସତର୍କତା ଅବଲମ୍ବନ ପାଇଁ ଆଡ୍‌ଭାଇଜରି ଜାରି କରିଛନ୍ତି ।

ଝାରସୁଗୁଡା ବିମାନବନ୍ଦର ଦେଇ ସିଧାସଳଖ କୋଲକାତା ଓ ନୂଆଦିଲ୍ଲୀକୁ ବିମାନ ଚଳାଚଳ କରୁଛି । ଏଥିପାଇଁ ଚୀନ୍, ହଂକଂ ଓ ଥାଇଲାଣ୍ଡ ଯାଉଥିବା ଯାତ୍ରୀଙ୍କ ଠାରେ ସନ୍ଦିଗ୍ଧ ଭୂତାଣୁ ବିହ୍ନଟ କରାଗଲେ ସେମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା କରାଯିବା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି । ଝାରସୁଗୁଡା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଯାଇ ଏକ ସ୍ୱତନ୍ତ୍ର କୋଠରୀର ବ୍ୟବସ୍ଥା କରାଯାଇଛି। ଏହାସହ ଝାରସୁଗୁଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମଧ୍ୟ ସ୍ୱତନ୍ତ୍ର ସେଲ୍‌ ଖୋଲାଯିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି।

   Related Posts