Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା : ଡଙ୍ଗା ଭସା ଉପରେ ରୋକ , କୋଭିଡ କଟକଣା ଯୋଗୁଁ ଉତ୍ସବ ଫିକା

30/11/2020 at 7:51 AM

ଭୁବନେଶ୍ୱର ୩୦।୧୧: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । କୋଭିଡ କଟକଣା ଯୋଗୁଁ କାର୍ତ୍ତିକ ଉତ୍ସବ ଫିକା । ବୋଇତ ବନ୍ଦାଣ ଉତ୍ସବ ବି ବନ୍ଦ ରହିଛି । ଚଳିତଥର ନଦୀ ଓ ଜଳାଶୟରେ ଡଙ୍ଗା ଭସା ଉପରେ କଟକଣା ଲଗାଇଛନ୍ତି ସରକାର ।

ମହାଧାର୍ମିକ କାର୍ତ୍ତିକ ମାସର ଶେଷ ଦିନ ଥିବାରୁ ଶ୍ରୀକ୍ଷେତ୍ରର ମହୋଦାଧି ସମେତ ପଞ୍ଚତୀର୍ଥ ପୁଷ୍କରିଣୀରେ ଡଙ୍ଗା ଭସାଇବା ଓ ବୁଡ଼ ପକାଇବା ପାଇଁ ଲକ୍ଷାଧିକ ଭକ୍ତ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥାଏ। କିନ୍ତୁ କରୋନା ସଂକ୍ରମଣ କାରଣରୁ ଚଳିତବର୍ଷ ରାଜ୍ୟ ସରକାରଙ୍କ କୋଭିଡ ଗାଇଡ଼ଲାଇନ ଅନୁଯାୟୀ ଶ୍ରୀକ୍ଷେତ୍ରର ମହୋଦାଧି ସମେତ ପଞ୍ଚତୀର୍ଥ ପୁଷ୍କରିଣୀରେ ଡଙ୍ଗା ଭସାଇବା ଉପରେ କଟକଣା ଲଗାଯାଇଛି। ଏସବୁ ସ୍ଥାନରେ ପୋଲିସ ପକ୍ଷରୁ ତୀକ୍ଷ୍ଣ ନଜର ରଖାଯିବ।ଲୋକମାନେ ଘରେ ରହିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।

ସେପଟେ ପର୍ଯ୍ୟଟକ ତଥା ଭକ୍ତଙ୍କ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ପୁରୀ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସୁରକ୍ଷା ବ୍ୟବସ୍ଥାକୁ ନଜରରେ ରଖି ୧୫ ପ୍ଲାଟୁନ ପୋଲିସ ଫୋର୍ସ ସହ ଜଣେ ଅତିରିକ୍ତ ଏସପି, ୭ ଜଣ ଡିଏସପି, ୫୦ ଅଫିସର ମୁତୟନ ରହିଛନ୍ତି। କରୋନା ମହାମାରୀ ଯୋଗୁଁ ଶ୍ରୀମନ୍ଦିର ଭିତରକୁ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଥିବା ଯୋଗୁଁ ଭକ୍ତ ମାନେ ଶୃଙ୍ଖଳାର ସହ ପତିତପାବନଙ୍କ ଦର୍ଶନ କରିବା ପାଇଁ ଏସପି କନୱର ବିଶାଲ ସିଂହ ଅନୁରୋଧ କରିଛନ୍ତି। ସେପେଟେ ଭୁବନେଶ୍ବର ସ୍ଥିତ ପବିତ୍ର ପୁଷ୍କରିଣୀ ବିନ୍ଦୁ ସାଗର ରେ ବୁଡ଼ ସହ ଡଙ୍ଗା ଭସାଣୀ ଉପରେ ରୋକ୍ ଲଗାଯାଇଛି। ସମସ୍ତ ଘାଟ ଏବଂ ପୋଖରୀରେ ପୋଲିସ ମୁତୟନ ରହିଛନ୍ତି।

   Related Posts