Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

କରୋନା କବଳରେ ବଲିଉଡ୍: କ୍ୟାଟ୍ରିନା କୈଫ୍ କରୋନା ପଜିଟିଭ୍

6/04/2021 at 5:29 PM

ମୁମ୍ବାଇ ୦୬/୦୪ : ଦେଶରେ କରୋନା ସଂକ୍ରମଣ ମାମଲା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏଥିପାଇଁ ମହାରାଷ୍ଟ୍ର ସବୁଠାରୁ ଅଧିକ ପ୍ରଭାବିତ ହୋଇଛି। ବଲିଉଡ ଇଣ୍ଡଷ୍ଟ୍ରିକୁ ମଧ୍ୟ କରୋନା କବଳିତ କରିଛି। ଗତ କିଛି ଦିନ ହେଲା ବଲିଉଡ କଳାକାର ଲଗାତାର ସଂକ୍ରମିତ ହେଉଛନ୍ତି। ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ହୋମ୍ କ୍ଵାରେଣ୍ଟାଇନରେ ଅଛନ୍ତି।

କ୍ୟାଟ୍ରିନା ନିଜ ଇନଷ୍ଟାଗ୍ରାମ ଷ୍ଟେଟସ ଜରିଆରେ କରୋନା ସଂକ୍ରମିତ ହୋଇଥିବା ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି ଯେ ତାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି ଏବଂ ସେ ନିଜକୁ ଆଇସୋଲେଟ କରିଛନ୍ତି।  ଡାକ୍ତରଙ୍କ ପରାମର୍ଶ କ୍ରମେ ସେ କୋଭିଡ ନିୟମ ପାଳନ କରୁଛନ୍ତି ବୋଲି କହିଛନ୍ତି। ତାଙ୍କ ସମ୍ପର୍କରେ ଆସିଥିବା ଲୋକଙ୍କୁ କରୋନା ଯାଞ୍ଚ କରାଇବାକୁ ସେ ଅପିଲ କରିଛନ୍ତି। ଏହାସହ ସେ ପ୍ରଶଂସକଙ୍କ ସ୍ନେହ ଓ ସମର୍ଥନ ପାଇଁ ଧନ୍ୟବାଦ ଜଣାଇଛନ୍ତି।

ନିକଟରେ ବଲିଉଡ ଅଭିନେତା ଅକ୍ଷୟ କୁମାର, ଗୋବିନ୍ଦା, ବିକ୍କି କୌଶଲ, ଭୂମି ପେଡନେକର, ଆଲିଆ ଭଟ୍ଟ, ରଣବୀର କପୁର, ନିର୍ଦ୍ଦେଶକ ସଞ୍ଜୟ ଭନସାଲି, ଗାୟକ ଆଦିତ୍ୟ ନାରାୟଣ, କମେଡିଆନ କୁନାଲ କାମରା, ସଶାଙ୍କ ଖୈତାନ ଆଦି ସଂକ୍ରମିତ ହୋଇଛନ୍ତି।

   Related Posts