Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

କରୋନା ମୁକାବିଲା ପ୍ରସ୍ତୁତି: ରାଜ୍ୟର ସମସ୍ତ କୋଭିଡ୍ କେୟାର ସେଣ୍ଟର ପ୍ରସ୍ତୁତ ରଖ, ଜିଲ୍ଲାପାଳ ଓ ସିଡିଏମଓଙ୍କୁ ସ୍ଵାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

7/04/2021 at 10:54 PM

ଭୁବନେଶ୍ଵର ୦୭।୦୪: କରୋନାର ଦ୍ଵିତୀୟ ଲହର ସହ ରାଜ୍ୟରେ ସ୍ଥିତି ବିଗିଡିବାରେ ଲାଗିଛି। ଦୈନିକ ସଂକ୍ରମଣ ୮୦୦ ପାଖାପାଖି ପହଞ୍ଚିଲାଣି। ସ୍ଥିତି ଏମିତି ଯେ ରାଜ୍ୟର ୧୦ ଜିଲ୍ଲାରେ ନାଇଟ୍‌ କର୍ଫ୍ୟୁ ବଳବତ୍ତର ରହିଛି। ସ୍ଥିତିର ମୁକାବିଲା ପାଇଁ ରାଜ୍ୟର ସବୁ କୋଭିଡ୍ କେୟାର ସେଣ୍ଟର ପ୍ରସ୍ତୁତ ରଖିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ସମସ୍ତ ଜିଲ୍ଲାପାଳ, ସିଡିଏମଓ ଓ ମ୍ୟୁନିସିପାଲ କର୍ପୋରେସନକୁ ସ୍ଵାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଚିଠି ଲେଖିଛନ୍ତି। ସେଣ୍ଟରର ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଦେଶର ଅନ୍ୟ ରାଜ୍ୟ  ପରି ଓଡିଶାରେ ମଧ୍ୟ ଦ୍ଵିତୀୟ ଲହର ଆରମ୍ଭ ହୋଇ ଯାଇଛି। ଦୈନିକ ଶହ ଶହ ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ସ୍ଥିତି ନିୟନ୍ତ୍ରଣ ପାଇଁ ଗତକାଲି ମୁଖ୍ୟମନ୍ତ୍ରୀ ରାଜ୍ୟରେ ୧୦ ଦିନ ସ୍ପେଶାଲ  ଡ୍ରାଇଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କରି କରୋନାପ୍ରବଣ ଜିଲ୍ଲାଗୁଡିକରେ ଅଧିକ ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ସ୍ଵାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ଏହି କ୍ରମରେ ବୁଧବାର ରାଜ୍ୟର ସମସ୍ତ କୋଭିଡ୍ ସେଣ୍ଟରକୁ ପୁଣି ଥରେ ପ୍ରସ୍ତୁତ କରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ପ୍ରକାରର ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ କୁହାଯାଇଛି।

ଉଲ୍ଲେଖଯୋଗ୍ୟ, କରୋନା ପ୍ରକୋପକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି ଏକ ବଡ ନିଷ୍ପତ୍ତିକ୍ରମେ ନବମ ଏବଂ ଏକାଦଶ ଶ୍ରେଣୀ ପାଠପଢା ଏପ୍ରିଲ ୩୦ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଏପରିକି ହୋଷ୍ଟେଲ ଓ ଆବାସିକ ସ୍କୁଲରେ ରହୁଥିବା ଛାତ୍ର-ଛାତ୍ରୀଙ୍କୁ ଶୀଘ୍ର ଘରକୁ ଯିବାକୁ କୁହାଯାଇଛି। ଯଦି ପରୀକ୍ଷା ନଯାଏ ଶୀଘ୍ର ଘରକୁ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ତେବେ ଏପ୍ରିଲ ୨୫ ପର୍ଯ୍ୟନ୍ତ ଦଶମ ଏବଂ ଦ୍ଵାଦଶ ଶ୍ରେଣୀ ପାଠପଢା ଜାରି ରହିବ।

ସୂଚନାଯୋଗ୍ୟ, ରାଜ୍ୟରେ ଦିନକୁ ଦିନ ହୁ ହୁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଦୈନିକ କରୋନା ସଂକ୍ରମଣ ୭ ଶହରୁ ଅଧିକ ହେଲାଣି। କରୋନା ପ୍ରକୋପକୁ ଦୃଷ୍ଟିରେ ରଖି ବର୍ତ୍ତମାନ ରାଜ୍ୟର ୧୦ ଜିଲ୍ଲାରେ ନାଇଟ୍‌ କର୍ଫ୍ୟୁ ବଳବତ୍ତର ରହିଛି।  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୪୬୪୭ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୩୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

   Related Posts