Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ମମିତା ମେହେର ହତ୍ୟାକାଣ୍ଡ : କାର୍ଯ୍ୟରେ ଅବହେଳା ପାଇଁ କେଗାଁ ଥାନା ଆଇଆଇସି ଡମୁ ପରଜା ନିଲମ୍ବିତ

21/10/2021 at 4:14 PM

କଳାହାଣ୍ଡି ୨୧।୧୦: କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ କଳାହାଣ୍ଡି ଜିଲ୍ଲା କେଗାଁ ଥାନା ଆଇଆଇସି ଡମୁ ପରଜା । ମମିତା ମେହେର ହତ୍ୟା ମାମଲାରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ନିଜ ଦାୟିତ୍ଵରେ ଅବହେଳା ପାଇଁ ଥାନା ଅଧିକାରୀ ନିଲମ୍ବିତ ହୋଇଛନ୍ତି । କଳାହାଣ୍ଡି ଆରକ୍ଷୀ ଅଧିକ୍ଷକ ଶ୍ରବଣା ବିବେକ ଏମ୍ ଆଇଆଇସି ଡମୁ ପରଜାଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ।

ମମିତା ମେହେର ହତ୍ୟା ଘଟଣା ସାରା ରାଜ୍ୟରେ ଚହଳ ପକାଇଛି । ଏହାକୁ ନେଇ ୧୨ ଘଣ୍ଟିଆ ବଲାଙ୍ଗୀର ବନ୍ଦ ଡାକରା ଦେଇଥିଲା ବିଜେପି। ସନସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କୁ ପରିଚାଳନା ସଭାପତି ଗୋବିନ୍ଦ ସାହୁ ହତ୍ୟା କରି ପୋଡିବା ପରେ ପୋତିଦେବା କଥା ସ୍ପଷ୍ଟ ହେବା ପରେ ଜୋର ଧରିଛି ପ୍ରତିବାଦ । ଗୋବିନ୍ଦଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି ହୋଇଛି । ଫଳରେ ବଲାଙ୍ଗୀର ବନ୍ଦ ଡାକରା ଦିଆଯାଇଥିଲା ।

ସେପଟେ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ୫ ଦିନିଆ ରିମାଣ୍ଡରେ ନେଇଛି ବଲାଙ୍ଗୀର ପୋଲିସ । ହତ୍ୟା ସମ୍ପର୍କରେ ଅଧିକ ପଚରାଉଚରା ଜାରି ରଖିଛି ପୋଲିସ । ଉତ୍ତରାଞ୍ଚଳ ଡିଆଇଜି ଦୀପକ କୁମାର ଏବଂ ବଲାଙ୍ଗୀର ଏସପି ଘଟଣାର ତନାଘନା ଚଳାଇଛନ୍ତି । ଗୋବିନ୍ଦ ସାହୁକୁ ଜେରା କରିବା ସହ ଅଧିକ ତଦନ୍ତ ଚଳାଇଛନ୍ତି ଡିଆଇଜି ଏସପି । ଘଟଣାର ଅଧିକ ତଦନ୍ତ ପାଇଁ ସିନ୍ଧେକେଲା ଥାନାରେ ପହଞ୍ଚିଥିଲେ ଡିଆଇଜି ଓ ବଲାଙ୍ଗୀର ଏସପି । ସିନ୍ଧେକେଲା ଥାନାରେ କିଛି ସମୟ ରହି କଳାହାଣ୍ଡି ଜିଲ୍ଲାର କେଗାଁ ଥାନା ଓ ମହାଲିଙ୍ଗ ଯାଇ ସ୍ପଟ୍ ଭେରିଫିକେସନ କରିବାକୁ ଯାଇଛନ୍ତି ।

   Related Posts