ସୁନ୍ଦରଗଡ଼ରେ ଇଣ୍ଟରନେଟ୍ ସେବା ବନ୍ଦ, ସନ୍ଧ୍ୟା ୬ଟା ଯାଏଁ କଟକଣା

NEWS7
kejriwal-wait-for-6hours

ସୁନ୍ଦରଗଡ଼ ୧୬/୦୧: ଅଶାନ୍ତ ହୋଇଛି ସୁନ୍ଦରଗଡ଼ । ଜିଲ୍ଲାର ରିଜେଣ୍ଟ ମାର୍କେଟ ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ସଂଘର୍ଷ ଯୋଗୁଁ ଭୟଙ୍କର ସ୍ଥିତି ଉପୁଜିଛି । ଯେଉଁଥିରେ ୪ ପୁଲିସ କର୍ମୀଙ୍କ ସମେତ ୧୨ ଆହତ ହୋଇଛନ୍ତି । ହିଂସାକାଣ୍ଡ ଓ ଉତ୍ତେଜନାକୁ କାବୁ କରିବା ପାଇଁ ସହରରେ ୧୬୩ ଧାରା ବଳବତ୍ତର ରହିଛି ।

ଗୁରୁବାର ସନ୍ଧ୍ୟା ୬ଟାରୁ ଇଣ୍ଟରନେଟ୍ ସେବା ବନ୍ଦ ରହିଛି । ପୂରା ସୁନ୍ଦରଗଡ଼ ସହରରେ BNS ୧୬୩ ଜାରି । ରିଜେଣ୍ଟ ମାର୍କେଟ ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ । ସଂଘର୍ଷରେ ୪ ପୋଲିସ କର୍ମୀଙ୍କ ସମେତ ୧୨ ଆହତ ହୋଇଛନ୍ତି । ତେବେ ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼ ସହରରେ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି । ଆଜି ସୁନ୍ଦରଗଡ଼ ସହରରେ ବନ୍ଦ ରହିବ ସ୍କୁଲ ଓ କଲେଜ ।

ହିଂସାକାଣ୍ଡ ଓ ଉତ୍ତେଜନାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ସହର ଓ ଏହାର ଆଖପାଖ ଅଞ୍ଚଳର ସମସ୍ତ ସରକାରୀ ବେସରକାରୀ ସ୍କୁଲ ଓ କଲେଜ ଆଜି ବନ୍ଦ ରହିବ। କୌଣସି ଏକ ଗୁଜବକୁ ନେଇ ସୁନ୍ଦରଗଡ଼ ଜିଲ୍ଲାର ରିଜେଣ୍ଟ ମାର୍କେଟ ଅଞ୍ଚଳରେ ଉତ୍ତେଜନା ହୋଇଥିଲା । ଯାହା ପରବର୍ତ୍ତୀ ସମୟରେ ହିଂସାର ରୂପ ନେଇଥିଲା। ଘଟଣାସ୍ଥଳରେ ପଶ୍ଚିମାଞ୍ଚଳ ଡିଆଇଜି, ଏସପି, ଅତିରିକ୍ତ ଜିଲ୍ଲାପାଳ ଏବଂ ଉପ ଜିଲ୍ଲାପାଳ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ ।