Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

କେନ୍ଦୁଝରରେ ବଢୁଛି କୋଭିଡ୍ ସଂକ୍ରମଣ : କଟକଣା ଜାରି କଲେ ଜିଲ୍ଲାପାଳ

14/04/2021 at 6:00 PM

କେନ୍ଦୁଝର ୧୪।୪: ବର୍ତ୍ତମାନ ସାରା ଦେଶରେ ଦ୍ବିତୀୟ ପର୍ଯ୍ୟାୟ କରୋନ ମହାମାରୀ ଉଗ୍ର ରୂପ ଧାରଣ କରିଥିବା ବେଳେ କେନ୍ଦୁଝର ଜିଲ୍ଲାରେ ଦ୍ବିତୀୟ ପର୍ଯ୍ୟାୟ କୋଭିଡ୍ ସଂକ୍ରମଣର ମୁକାବିଲା ପାଇଁ କଟକଣା ଜାରି କଲେ ଜିଲ୍ଲାପାଳ ।  ବୁଧବାର ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଜିଲ୍ଲାପାଳ ଜାରି କରିଥିବା କଟକଣା ଗୁଡିକ ହେଲା ବାହାଘରରେ ୧୦୦ରୁ ଅଧିକ ଲୋକ ସାମିଲ ହୋଇପାରିବେ ନାହିଁ କି ଶୁଦ୍ଧିକ୍ରିୟାରେ ୫୦ରୁ ଉର୍ଦ୍ଧ୍ବ ଲୋକ ସାମିଲ ହୋଇପାରିବେ ନାହିଁ ।

ଆହୁରି ମଧ୍ୟ ସମସ୍ତେ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ବଜାୟ ରଖିବା ଓ ହାତ ଧୋଇବାକୁ ଅଧିକ ଗୁରୁତର ସହ ପାଳନ କରିବାକୁ ଜିଲ୍ଲାବାସୀଙ୍କୁ ଅନୁରୋଧ କରାଯାଇଛି । ଜରୁରୀ ନ ହଲେ ଘରୁ ବାହାର ନାହିଁ କି ଜନଗହଳି ସ୍ଥାନକୁ ଯାଅନାହିଁ ବୋଲି କୁହାଯାଇଛି । ବର୍ତ୍ତମାନ ଜିଲ୍ଲାରେ ୩୨୦ ଟି ବେଡ୍ ପ୍ରସ୍ତୁତ ହୋଇ ରହିଥିବା ବଳେ ୨୮ଟି ଆଇସିୟୁ, ୧୪ଟି ଭେଣ୍ଟିଲେଟର, ୬୦ଟି ଆକ୍ସିଜେନ ବେଡ୍ ସମ୍ପୂର୍ଣ୍ଣଭାବେ ପ୍ରସ୍ତୁତ ହୋଇ ରହିଥିବା ସୂଚନା ଦେଇଛି । 

   Related Posts