Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ରେ ଉଡିଲା ଚେନ୍ନାଇର ବିଜୟ ବାନା, କେକେଆରକୁ ୨୭ ରନରେ ହରାଇ ଚତୁର୍ଥ ଥର ଚାମ୍ପିଅନ
  • ||
  • ପଞ୍ଜାବ କଂଗ୍ରେସର ଅଧିନାୟକ ରହିବେ ସିଦ୍ଧୁ, ରାହୁଲଙ୍କୁ ଭେଟିବା ପରେ ଫେରାଇ ନେଲେ ଇସ୍ତଫା ପତ୍ର
  • ||
  • ସିଙ୍ଘୁ ବର୍ଡରରେ ଜଣେ ନିହଙ୍ଗଙ୍କ ଆତ୍ମ ସମର୍ପଣ, ଯୁବକଙ୍କ ହତ୍ୟାର ୧୫ ଘଣ୍ଟା ପରେ ସାମ୍ନାକୁ ଆସିଲା ପ୍ରଥମ ଅଭିଯୁକ୍ତ
  • ||
  • ପଣ୍ଡାଲ ଉପରେ ହୋଇଥିବା ଆକ୍ରମଣ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାରତକୁ ଦେଲେ ଏହି ପରାମର୍ଶ
  • ||
  • ପୁଞ୍ଛରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ, ୫ଦିନରେ ୭ ଯବାନ ସହିଦ: ରାଜପଥ ବନ୍ଦ, ଅପରେସନ୍ ଜାରି
  • ||
  • ଅକ୍ଟୋବର ୨୧ରୁ ଏକାଦଶ, ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ: ଗଣଶିକ୍ଷା ମନ୍ତ୍ରୀ
  • ||
  • ୨୫୦ ଲିଟର ଦେଶୀ ମଦ ଜବତ, ୫ ଗିରଫ
  • ||
  • ଅଭାବନୀୟ ଘଟଣା: ଯୁବକଙ୍କ ଗଳା କାଟି ବିଭତ୍ସ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ : ଘଉଡାଇଲା ବେଳେ ଅଳ୍ପକେ ବର୍ତ୍ତିଲେ ଚାଷୀ
  • ||
  • ସାଇକେଲରେ ଯାଉଥିଲେ କକା-ପୁତୁରା, ଟାଣି ଆଣି ଦଳିଦେଲା ହାତୀ
  • ||

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ତୃଣମୂଳ ପ୍ରାର୍ଥୀ କାଜଲ ସିହ୍ନାଙ୍କ ପରଲୋକ, Covid-19ରେ ହୋଇଥିଲେ ଆକ୍ରାନ୍ତ

25/04/2021 at 4:33 PM

କୋଲକାତା ୨୫।୪: ପଶ୍ଚିମବଙ୍ଗ ଖାରଦା ବିଧାନସଭା ନିର୍ବାଚନମଣ୍ଡଳିର ତୃଣମୂଳ କଂଗ୍ରେସ (ଟିଏମସି) ପ୍ରାର୍ଥୀ କାଜଲ ସିହ୍ନାଙ୍କର ରବିବାର ପରଲୋକ ହୋଇଛି। ୫୯ ବର୍ଷ ବୟସ୍କ ସିହ୍ନା ୨ ଦିନ ପୂର୍ବେ କୋଭିଡ-୧୯ ପଜିଟିଭ ଥିବା ଜଣାପଡିଥିଲା। ସେ ବେଲିଆଘାଟ ଆଇଡି ହସ୍ପିଟାଲରେ ରହି ଚିକିତ୍ସିତ ହେଉଥିବା ବେଳେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ପରଲୋକ ଖବର ପାଇ ଟିଏମସି ମୁଖିଆ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗଭୀର ଶୋକ ପ୍ରକଟ କରିଛନ୍ତି।

ଗତ ଏପ୍ରିଲ ୨୨ ତାରିଖ ଦିନ ଖରଦା ବିଧାନସଭା ନିର୍ବାଚନମଣ୍ଡଳି ଲାଗି ଭୋଟ ଗ୍ରହଣ ହୋଇଥିଲା। ତେବେ କେବଳ ସିହ୍ମା ନୁହଁନ୍ତି ଜାଙ୍ଗିପୁର ଆସନରେ ପ୍ରତିଦ୍ୱନ୍ଦ୍ୱୀତା କରୁଥିବା ରିଭଲ୍ୟୁସନାରୀ ସୋସିଆଲିଷ୍ଟ ପାର୍ଟି (ଆରଏସପି) ପ୍ରାର୍ଥୀ ପ୍ରଦୀପ କୁମାର ନନ୍ଦୀ, ସମସେରଗଞ୍ଜ ବିଧାନସଭା ନିର୍ବାଚନମଣ୍ଡଳିରେ ପ୍ରତିଦ୍ୱନ୍ଦ୍ୱୀତା କରୁଥିବା କଂଗ୍ରେସ ପ୍ରାର୍ଥୀ ରେଜାଉଲ ହକ୍‌ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି।   

   Related Posts