Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ଷଣ୍ଢକୁ ଧକ୍କା ଦେବା ପରେ ହୁତୁ ହୁତୁ ହୋଇ ଜଳିଲା କାର୍, ଅଳ୍ପକେ ବର୍ତ୍ତିଲେ ୪ ଜଣ
  • ||
  • ଭୁବନେଶ୍ବର : ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା
  • ||
  • ନୟାଗଡ : ଘର ବାଡିପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ, ମୁଣ୍ଡ ଏବଂ ମୁହଁରେ ରହିଛି କ୍ଷତଚିହ୍ନ, ହତ୍ୟା ସନ୍ଦେହ
  • ||
  • ଯାଜପୁର : ଭୟାବହ ଅଗ୍ନିକାଣ୍ଡ, ୧୨ ବଖରା ଘର ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସୁନା ଗହଣା
  • ||
  • ଢେଙ୍କାନାଳ : ବାଇକ୍‌କୁ ଧକ୍କା ଦେଲା କାର୍, ଆରୋହୀ ପିଟିହେଲେ ଟ୍ରକ୍‌ରେ, ଚାଲିଗଲା ଜୀବନ
  • ||
  • ନିଆଳି : ଭାରସାମ୍ୟ ହରାଇ ନାଳକୁ ଖସିପଡିଲା ଟ୍ରକ୍ : ଜଣେ ମୃତ, ଦୁଇ ଗୁରୁତର
  • ||
  • ମୁନିଗୁଡା : ଅପରେସନ୍ ଗ୍ରୀନ୍ କ୍ଲିନ୍, ୫ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଢେଙ୍କାନାଳ : ଚାଷୀଙ୍କୁ କଚାଡି ମାରିଲା ଦନ୍ତା, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ଅବରୋଧ
  • ||
  • ହରିୟାଣାର ସ୍ୱାସ୍ଥ୍ୟ ମନ୍ତ୍ରୀ କୋରୋନା ପଜିଟିଭ୍‌ ଚିହ୍ନଟ, ‘କୋଭାକ୍ସିନ୍‌’ର ପରୀକ୍ଷାମୂଳକ ଟିକା ନେଇଥିଲେ ଅନିଲ ଭିଜ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||

ଖୋର୍ଦ୍ଧା ବିଜେପି ମଣ୍ଡଳ ସଭାପତି ମଙ୍ଗୁଳି ଜେନାଙ୍କୁ ଗୁଳି କରି ହତ୍ୟା

15/04/2019 at 8:11 AM

ଖୋର୍ଦ୍ଧା ୧୫/୪ : ନିର୍ବାଚନ ପୂର୍ବରୁ ଆସନ୍ତା ହୋଇପଡିଛି ଖୋର୍ଦ୍ଧା | ବିଜେପି କାର୍ଯ୍ୟାଳୟ ସମ୍ମୁଖରେ ଦେଖିବାକୁ ମିଳିଛି ଏହିଭଳି ଦୃଶ୍ୟ | ବିଜେପି ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି | ଖୋର୍ଦ୍ଧା ବିଜେପି ମଣ୍ଡଳ ସଭାପତି ତଥା ବଡ଼ପୋଖରିଆର ପୂର୍ବତନ ସରପଂଚ ମଙ୍ଗୁଳି ଜେନାଙ୍କୁ ଗୁଳି କରି ହତ୍ୟା କରାଯାଇଛି | ଖୋର୍ଦ୍ଧା ନବୀନବାଗ ସ୍ଥିତ ବିଜେପି କାର୍ଯ୍ୟାଳୟ ସମ୍ମୁଖରେ ୨ ଜଣ ଦୁର୍ବୁର୍ତ୍ତ ଏକ ବାଇକରେ ଆସି ମଙ୍ଗୁଳିଙ୍କୁ ଗୁଳି କରି ଚାଲିଯାଇଥିଲେ | ଘଟଣାସ୍ଥଳରେ ମଙ୍ଗୁଳିଙ୍କ ମୃତ୍ୟୁ ହୋଇଛି | ମଙ୍ଗୁଳିଙ୍କୁ ଗୁଳି କରି ୨ ଦୁର୍ବୁର୍ତ୍ତ ଫେରାର ହୋଇଯାଇଛନ୍ତି |

ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଏକ ମାମଲା ରୁଜ୍ଜୁ କରି ଘଟଣାର ତଦନ୍ତ କରୁଛି | ପାଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି | ସୂଚନାଯୋଗ୍ୟ ଯେ, ଗତକାଲି ରାତି ପ୍ରାୟ ସାଢେ ୧ଟା ନେଲେ ନବୀନାଗଡ଼ ସ୍ଥିତ ବିଜେପି କାର୍ଯ୍ୟାଳୟ ସମ୍ମୁଖରେ ଗୁଳି କରି ହତ୍ୟା କରାଯାଇଛି | ୨ଜଣ ଦୁର୍ବୁର୍ତ୍ତ ଆସି ୨ ରାଉଣ୍ଡ ଗୁଳି କରି ଫେରାର ହୋଇଯାଇଥିଲେ | ଆଉ ଜଣେ ବିଜେପି ପ୍ରାର୍ଥୀଙ୍କୁ ମଧ୍ୟ ଆକ୍ରମଣ କରାଯାଇଥିବା ଜଣାପଡିଛି | ପ୍ରାଥମିକ ତଦନ୍ତରୁ ଏହା ରାଜନୈତିକ ହିଂସା ବୋଲି ଅନୁମାନ କରାଯାଉଛି | ଖୋର୍ଦ୍ଧା ଏସପି ଘଟଣାସ୍ଥଳରେ ପହଂଚି ତଦନ୍ତ ଜାରି ରଖିଛନ୍ତି | ତେବେ ପୋଲିସ ତଦନ୍ତ ପରେ ଜଣାପଡିବା ଏହା ରାଜନୈତିକ ହିଂସା ନା ପୂର୍ବ ଶତ୍ରୁତା |

   Related Posts