Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

କରୋନା ସ୍ଥିତି ଦେଖି ଜିଲ୍ଲାପାଳଙ୍କ କଡା ପଦକ୍ଷେପ, ଅତ୍ୟାବଶକୀୟ ସାମଗ୍ରୀ ଦୋକାନ ଖୋଲିବା ପାଇଁ ନିୟମ କଡାକଡି

3/04/2020 at 8:33 AM

ଖୋର୍ଦ୍ଧା ୦୩।୦୪: କରୋନାର ମୁକାବିଲା  ନେଇ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ କଠୋର ପଦକ୍ଷେପ ଗ୍ରହଣ କରିଛି। ଲକ୍‌ଡାଉନ ସମୟରେ ଆଇନକୁ କଡାକଡି କରାଯିବ। ଆଜିଠାରୁ ଖୋର୍ଦ୍ଧା ଉପଖଣ୍ଡରେ ଥିବା ସମସ୍ତ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯଥା ପନିପରିବା , ଫଳ,ମସଲା,ମାଛ ଓ ମାଂସ ଦୋକାନ ଗୁଡିକ ସକାଳ ୭ ଟାରୁ ଦିନ ୧୨ ଟା ପର୍ଯ୍ୟନ୍ତ ଖୋଲା ରହିବ । କେବଳ କ୍ଷୀର ଦୋକାନ ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ଏବଂ ସଂନ୍ଧ୍ୟା ୫ ଟାରୁ ୭ଟା ପର୍ଯ୍ୟନ୍ତ ଖୋଲା ରହିବ। ଅନ୍ୟ କୌଣସି ସମୟରେ ଏହି ଦୋକାନ ଗୁଡିକ ବନ୍ଦ ରହିବ।

ଔଷଧ ଦୋକାନ ଗୁଡିକ ସବୁ ସମୟରେ ଖୋଲା ରହିବ। ଏ ନେଇ ଖୋର୍ଦ୍ଧା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ନୋଟିସ ଜାରି କରାଯାଇଛି। ଲକ୍‌ଡାଉନ୍‌ ସମୟରେ ବିନା କାରଣରେ ଘରୁ ବାହାରକୁ ବାହାରିଲେ ଆଇନ ଅନୁଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବା ନେଇ ଜନସାଧାରଣଙ୍କୁ ଚେତାବନି ଦିଆଯାଇଛି। ଏହା ସହିତ ଅତ୍ୟାବଶ୍ୟକୀୟ ସାମଗ୍ରୀ ପାଇଁ ଘର ପାଖରେ ଥିବା ଦୋକାନକୁ ଲୋକେ ଚାଲି ଚାଲି ଯିବା ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି ।

   Related Posts