Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ଭାରତୀୟ ଦଳକୁ ବଡ ଝଟକା, ଟେଷ୍ଟ୍ ସିରିଜରୁ ବାଦ୍ ପଡିଲେ କେଏଲ ରାହୁଲ

5/01/2021 at 10:23 AM

ସିଡନୀ, ୦୫/୦୧:   ଅଷ୍ଟ୍ରେଲିଆ  ଗସ୍ତରେ ଭାରତୀୟ ଦଳ ଆହତଜନିତ ସମସ୍ୟାରୁ ବାଦ୍ ପଡି ପାରୁ ନାହିଁ । ଏହି ତାଲିକାରେ କେଏଲ ରାହୁଲଙ୍କ ନାଁ ଯୋଡି ହୋଇଯାଇଛି । ଶନିବାର ଦଳର ଅଭ୍ୟାସ ବେଳେ ନେଟ୍ସରେ ବ୍ୟାଟିଂ କରୁଥିବା ସମୟରେ ତାଙ୍କ ହାତରେ ଆଘାତ ଲାଗିଥିଲା । ଏହାପରେ ସେ ବର୍ଡର-ଗାଭାସ୍କର ଟ୍ରଫିରୁ ବାଦ୍ ପଡିଚନ୍ତି ।

୨୮ ବର୍ଷୀୟ ବ୍ୟାଟସମ୍ୟାନ୍ ତଥା ଓ୍ୱିକେଟ କିପର ରାହୁଲ ସିରିଜର ଶେଷ ଦୁଇଟି ଟେଷ୍ଟ ପାଇଁ ଉପଲବ୍ଧ ହେବେ ନାହିଁ । ତାଙ୍କୁ ସମ୍ପୂର୍ଣ୍ଣ ସୁସ୍ଥ ହେବା ପାଇଁ ୩ ସପ୍ତାହ ଲାଗିବ । ଏବେ ସେ ଭାରତ ଫେରି ଆସିବେ ଓ ବେଙ୍ଗାଲୁରୁରେ ଅବସ୍ଥିତ ଜାତୀୟ କ୍ରିକେଟ ଆକାଡେମୀରେ ଅଭ୍ୟାସ କରିବେ ।

ପୂର୍ବରୁ ଏହି ଗସ୍ତରେ ଭାରତୀୟ ଖେଳାଳି ଉମେଶ ଯାଦବ, ମହମ୍ମଦ ସାମି ଆହତ ହୋଇଥିଲେ । ସୂଚନାଯୋଗ୍ୟ, ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟ୍ ଜାନୁଆରୀ ୭ ଓ ଚତୁର୍ଥ ଟେଷ୍ଟ ବ୍ରିସବେନରେ ଜାନୁଆରୀ ୧୫ରେ ଖେଳାଯିବ ।

   Related Posts