Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||
  • ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ଦେଲା କୃଷକ ସଂଗଠନ
  • ||
  • ପ୍ରଥମ ଟି-୨୦ରେ କଙ୍ଗାରୁ ଚିତ୍, ଚମକିଲେ ଭାରତୀୟ ବୋଲର, ଅଷ୍ଟ୍ରେଲିଆକୁ ୧୧ ରନରେ ହରାଇଲା ବିରାଟ ବାହିନୀ
  • ||
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||

ମେ ୧ ତାରିଖରେ କାହିଁକି ପାଳନ କରାଯାଏ ଶ୍ରମିକ ଦିବସ : ଜାଣନ୍ତୁ ପୁରା କାହାଣୀ

1/05/2019 at 1:28 PM

ଭୁବନେଶ୍ୱର ୧/୫ : ଆଜି ମେ ୧ ତାରିଖ, ଅନ୍ତର୍ଜାତୀୟ ଶ୍ରମିକ ଦିବସ | ଆଜି ସାରା ଦୁନିଆରେ ଶ୍ରମିକ ଦିବସ ପାଳନ କରାଯାଉଛି | ବିଗତ ୧୩୨ ବର୍ଷ ହେଲା ମେ ୧ ତାରିଖକୁ ଶ୍ରମିକ ଦିବସ ଭାବେ ପାଳନ କରାଯାଉଛି | ଆଜିର ଦିନରେ ଶ୍ରମିକଙ୍କ ଅନିଶ୍ଚିତ କାମ କରିବା ସମୟକୁ ୮ ଘଣ୍ଟା ରଖାଯାଇଥିଲା | ସେଥିପାଇଁ ଆଜି ଦିନକୁ ଶ୍ରମିକ ଦିବସ ଭାବେ ପାଳନ କରାଯାଇଥାଏ |


ଶହ ସହ ବର୍ଷ ପୂର୍ବରୁ ଶ୍ରମିକମାନଙ୍କ କାମ କରିବାର କିଛି ସଠିକ ସମୟସୀମା ନଥିଲା | ଶ୍ରମିକମାନେ ଅଧିକ ସମୟ କାମ କରୁଥିଲେ | ୧୮୭୭ ମସିହାରେ ଶ୍ରମିକମାନେ ନିଜ କାମ କରିବାର ସମୟସୀମା ନିର୍ଧାରଣ କରିବା ପାଇଁ ଏକ ଆନ୍ଦୋଳନ କରିଥିଲେ | ୧୮୮୬ ମସିହା ମେ ୧ ତାରିଖରେ ଆମେରିକାର ଲକ୍ଷ ଲକ୍ଷ ଶ୍ରମିକ ଏକଜୁଟ ହୋଇ ଆନ୍ଦୋଳନ କରିଥିଲେ | ପାଖାପାଖି ୧୧ ହଜାର କାରଖାନାର ୩ ଲକ୍ଷ ୮୦ ହଜାର ଶ୍ରମିକ ଏହି ଆନ୍ଦୋଳନରେ ସାମିଲ ହୋଇଥିଲେ |


ଏହି ଆନ୍ଦୋଳନ ପରେ ୧୮୮୯ ମସିହାରେ ପ୍ୟାରିସରେ ଆୟୋଜିତ ହୋଇଥିବା ଅନ୍ତରାଷ୍ଟ୍ରୀୟ ମହାସଭାର ଦ୍ୱିତୀୟ ବୈଠକରେ ଫ୍ରେଞ୍ଚ କ୍ରାନ୍ତିକୁ ନଜରରେ ରଖି ଏକ ପ୍ରସ୍ତାବ ପାରିତ ହୋଇଥିଲା | ଏହି ପ୍ରସ୍ତାବରେ ଅନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳନ କରାଯିବ ପ୍ରସ୍ତାବକୁ ସ୍ୱୀକାର କରାଯାଇଥିଲା | ଏହି ପ୍ରସ୍ତାବ ପାରିତ ହେବାପରେ ଆମେରିକାରେ ଶ୍ରମିକମାନେ ଦିନକୁ ୮ ଘଣ୍ଟା କାମ କରିବା ନିୟମ ପ୍ରଚଳନ ହୋଇଥିଲା |


ଏହାପରେ ସାରା ଦୁନିଆରେ ମେ ୧ ତାରିଖକୁ ଶ୍ରମିକ ଦିବସ ରୂପେ ପାଳନ କରିବା ଆରମ୍ଭ ହୋଇଥିଲା | ଭାରତରେ ପ୍ରଥମେ ୧୯୨୩ ମସିହା ମେ ୧ ତାରିଖରେ ଚେନ୍ନାଇରେ ଶ୍ରମିକ ଦିବସ ପାଳନ କରାଯାଇଥିଲା | ଭାରତର ଲେବର କିଷାନ ପାର୍ଟି ଅଫ ହିନ୍ଦୁସ୍ତାନ ୧୯୨୩ ମସିହା ମେ ୧ ତାରିଖକୁ ମାଡ୍ରାସରେ ଶ୍ରମିକ ଦିବସ ପାଳନ କରିବା ଆରମ୍ଭ ହୋଇଥିଲା | ସେହିଦିନ ଠାରୁ ମେ ୧ ତାରିଖକୁ ଅନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ଭାବେ ପାଳନ କରାଯାଉଛି |

   Related Posts