ମେ' ୧୭ ତାରିଖ, ଶୁକ୍ରବାର; ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ

Published By : Prameya-News7 Bureau | May 17, 2024 IST

ମେଷ- ଶୁକ୍ଳ ପକ୍ଷ ପଞ୍ଚମ ଚନ୍ଦ୍ର ରହିଥିବାରୁ, ଦିନଟି ବହୁତ ଭଲ ରହିଛି । ଅନ୍ୟକୁ ସାହାଯ୍ୟ କରିବେ। ଆଲୋଚନା କରି କାର୍ଯ୍ୟ ଆଗକୁ ବଢ଼ାନ୍ତୁ। କିଛି ଜରୁରୀ କାର୍ଯ୍ୟ ପୂର୍ଣ୍ଣ ହେବ । ଛାତ୍ର ଛାତ୍ରୀଙ୍କ ପାଇଁ ଦିନଟି ବିଶେଷ ଭଲ ରହିଛି ।

ବୃଷ- ବନ୍ଧୁ ଓ ପରିବାର ବର୍ଗଙ୍କ ସହ ସମୟ ଅତିବାହିତ କରିବେ । ବ୍ୟବସାୟରେ ମଧ୍ୟମ ଫଳ ମିଳିବ । ଆର୍ଥିକ ସ୍ଥିତି ମଧ୍ୟମ ରହିବ । ମାନସିକ ସ୍ତରରେ କିଛି ମାତ୍ରାରେ ଦ୍ୱେଷ ଦେଖାଦେବ ।

ମିଥୁନ- ତୃତୀୟ ଚନ୍ଦ୍ର ରହିଥିବାରୁ  ମନ ଉତ୍ସାହିତ ରହିବ । କାର୍ଯ୍ୟ କ୍ଷେତ୍ରରେ ନିଜକୁ ବ୍ୟସ୍ତ ରଖିବେ। ଅଟକିଥିବା କାର୍ଯ୍ୟ ପୁନଃ ଆରମ୍ଭ କରିବେ । ଛାତ୍ରଛାତ୍ରୀମାନେ ନିଜ କାର୍ଯ୍ୟରେ ମନୋନିବେଶ କରିବେ। ଦମ୍ପତିମାନଙ୍କ ପାଇଁ ଦିନଟି ବ୍ୟସ୍ତ ବହୁଳ ରହିବ ।

କର୍କଟ- କର୍କଟ ରାଶିର ଘାତ ଚନ୍ଦ୍ର । ଦିନଟି ଆପଣଙ୍କୁ ମଧ୍ୟମ ଫଳ ଦେବ ।  ଚିନ୍ତାକୁ ମନରୁ ଦୂରୀଭୂତ କରନ୍ତୁ । ଧନ ଲାଭର ସଂଯୋଗ ରହିଛି । ଖର୍ଚ୍ଚ ମଧ୍ୟ ଅଧିକ ହୋଇପାରେ । ଛାତ୍ରଛାତ୍ରୀମାନେ ଭବିଷ୍ୟତ ଚିନ୍ତାରେ ରହିବେ ।

ସିଂହ- ଭାଗ୍ୟ ଆପଣଙ୍କ ସାଥ ଦେବ । ଶ୍ରୀଚନ୍ଦ୍ର ରହିଥିବାରୁ ଧନ ପ୍ରାପ୍ତି ଯୋଗ ରହିଛି । ବୈବାହିକ ସମ୍ପର୍କରେ ମନୋମାଳିନ୍ୟା ଦେଖିବାକୁ ମିଳିପାରେ । ଅଯଥା ଖର୍ଚ୍ଚରୁ ବିରତ ରୁହନ୍ତୁ। ବିଦ୍ୟାର୍ଥୀମାନେ ଆଶାୟୀ ହେବେ ।

କନ୍ୟା- ଇଚ୍ଛା କରିଥିବା ଜିନିଷକୁ ପ୍ରାପ୍ତ କରିପାରନ୍ତି । ମନ-ଧ୍ୟାନ ଦେଇ କାର୍ଯ୍ୟ କଲେ ନିଶ୍ଚୟ ସଫଳତା ମିଳିବ । ବିଦେଶ ଯାତ୍ରାର ଯୋଗ ରହିଛି । ଛାତ୍ର ଛାତ୍ରୀମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ ।

ତୁଳା- ଅଧିକ ଆୟର ଯୋଗ ରହିଛି । କାର୍ଯ୍ୟ କ୍ଷେତ୍ରରେ କିଛି ବଡ଼ ନିଷ୍ପତ୍ତି ନେଇପାରନ୍ତି । ଆର୍ଥିକ ସ୍ଥିତି ଦୁର୍ବଳ ହେବ । ବନ୍ଧୁମାନଙ୍କ ସହଯୋଗ ମିଳିବ । ପରିବାରରେ ଚାଲିଥିବା ସମସ୍ୟାର ସମାଧାନ ହୋଇଯିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ବିଛା- ସୁଖ ସମ୍ମାନ ଲାଭର ଯୋଗ ରହିଛି । ପରିବାରରେ ଶାନ୍ତି ବଜାୟ ରହିବ। ବିରୋଧୀ ମାନେ ହଇରାଣ କରିବାକୁ ପ୍ରୟାସ କରିବେ । କର୍ମ କ୍ଷେତ୍ରରେ ସାବଧାନତା ଅବଲମ୍ବନ କରନ୍ତୁ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ଲାଭ କରିବେ । ବ୍ୟବସାୟରେ ଉନ୍ନତି ହେବ ।

ଧନୁ- ବ୍ୟୟରେ ବୃଦ୍ଧି ହେବ । କିଛି ମାନସିକ ସମସ୍ୟା ଦେଖାଦେଇପାରେ । ମନୋବଳ ଦୃଢ଼ ରହିବ । କାର୍ଯ୍ୟରେ ସଫଳତା ବିଳମ୍ବରେ ମିଳିବ । ବିଦ୍ୟାର୍ଥୀ ମାନେ ପାଠ ପଢ଼ାରେ ମନୋ ନିବେଶ କରିବେ । ପରିବାରରେ ମନୋମାଳିନ୍ୟା ଲାଗି ରହିବ ।

ମକର- ଶରୀର ପୀଡ଼ା ହେବ । ଦିନରେ କିଛି ବାଧା ବିଘ୍ନ ଦେଖାଦେଇପାରେ । କରିଥିବା ଆର୍ଥିକ ଯୋଜନାରୁ ଲାଭ ପ୍ରାପ୍ତ ହେବ । ବିଦ୍ୟାର୍ଥୀ ମାନେ ପାଠରେ ମନୋନିବେଶ କରିବେ ନାହିଁ । ବ୍ୟବସାୟରେ ମଧ୍ୟମ ଫଳ ମିଳିବ ।

କୁମ୍ଭ- ସପ୍ତମ ଚନ୍ଦ୍ର ହେତୁ । ସର୍ବ କାର୍ଯ୍ୟରେ ସିଦ୍ଧି ହେବ । ଧର୍ମ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ଚାକିରିରେ ପଦୋନ୍ନତି ଘଟିବ । ବ୍ୟବସାୟରେ ଅଧିକ ଅର୍ଥ ଲାଭର ଯୋଗ ରହିଛି । ମାନ ସମ୍ମାନ ମିଳିବ । ଭାବିଚିନ୍ତି କାର୍ଯ୍ୟ ନିଷ୍ପତି ନିଅନ୍ତୁ ।

ମୀନ- ଦିନଟି ଅନେକ ଭଲ ଫଳ ଦେବ । ବିଚାର ଆପଣଙ୍କ ପକ୍ଷରେ ରହିବ । ସାମାନ୍ୟ ମାନସିକ ଅଶାନ୍ତି ଦେଖାଦେବ । କିନ୍ତୁ ନିଜ ନିୟନ୍ତ୍ରଣ ଯୋଗୁଁ ତାହା ଆପଣ ସମାଧାନ କରିବାକୁ ସକ୍ଷମ ହେବେ । ବ୍ୟବସାୟରେ ଲାଭ କ୍ଷତି ଲାଗି ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.