୧୧ ଦିନ ବନ୍ଦ ରହିବା ପରେ ପର୍ଯ୍ୟଟକଙ୍କ ପାଇଁ ଆଜି ଖୋଲିଲା ବିଶ୍ବ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର

Published By : Prameya-News7 Bureau | May 14, 2019 IST

କୋଣାର୍କ ୧୪|୫: ୧୧ ଦିନ ବନ୍ଦ ରହିବା ପରେ ପର୍ଯ୍ୟଟକଙ୍କ ପାଇଁ ଆଜି ଖୋଲିଛି ବିଶ୍ବ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର । ହାତ କଟା ଟିକେଟ୍ ଦେଇ ପର୍ଯ୍ୟଟକଙ୍କୁ ଭିତରକୁ ଛଡ଼ାଯାଉଛି । ଏଥିପାଇଁ ପର୍ଯ୍ୟଟକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ମନ୍ଦିର ଖୋଲିବା ନେଇ ଏଏସ୍ଆଇ ଡିଜି ସୂଚନା ଦେଇଥିଲେ ।

ଗତ ୩ ତାରିଖରେ ବାତ୍ୟା ‘ଫୋନି’ ପ୍ରଭାବରେ ମନ୍ଦିର ପରିସର ଧ୍ୱସ୍ତ ବିଧ୍ୱସ୍ତ ହୋଇଯାଇଥିଲା । ବଡ଼ ବଡ଼ ଗଛ ଉପୁଡ଼ି ପଡ଼ିଥିଲା। ଫଳରେ ସୌନ୍ଦର୍ଯ୍ୟ ହରାଇଥିଲା କୋଣାର୍କ ମନ୍ଦିର । ଏଣୁ ପର୍ଯ୍ୟଟକଙ୍କ ପାଇଁ ମନ୍ଦିର ବନ୍ଦ ରଖାଯାଇଥିଲା । ତେବେ ମନ୍ଦିରର ଢାଞ୍ଚାରେ କୌଣସି କ୍ଷତି ହୋଇନଥିବା ଜଣାପଡ଼ିଛି। ବାତ୍ୟା ପରେ ଏଏସ୍ଆଇ ଏକ ଟିମ୍ ମନ୍ଦିରକୁ ଯାଞ୍ଚ କରିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.